ପୁଅ ଚିତା ନ ଲିଭୁଣୁ ଆଖି ବୁଜିଲେ ମା’

ପାତ୍ରପୁର,୨୦ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବାଦପୁର ଗ୍ରାମରେ ବୁଧବାର ଏକ ହୃଦୟ ବିଦାରକ ଘଟଣା ଘଟିଛି। ପୁଅର ଚିତା ଜଳୁଥିବା ବେଳେ ମା’ଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମା’ ପଦ୍ମାବତୀ ପ୍ରଧାନ ଓ ତାଙ୍କର ପୁଅ ପୂର୍ଣ୍ଣଚନ୍ଦ୍ର। ୧୦ ଦିନ ହେଲା ପୂର୍ଣ୍ଣଚନ୍ଦ୍ର ଜଣ୍ଡିସରେ ଆକ୍ରାନ୍ତ ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଗାଁକୁ ମୃତଦେହ ଅଣାଯାଇ ଅନ୍ତିମ ସଂସ୍କାର ଚାଲିଥିବା ବେଳେ ଘରେ ମା’ ପଦ୍ମାବତୀଙ୍କ ମୃତ୍ୟୁ ଘଟିଥିଲା। ଗୋଟିଏ ଶ୍ମଶାନରେ ମା’ ପୁଅଙ୍କ ମୃତଦେହ ସତ୍କାର କରାଯାଇଥିଲା। ବର୍ଷକ ପୂର୍ବେ ପୂର୍ଣ୍ଣଙ୍କ ବାପା ଗୋବିନ୍ଦ ଓ କିଛି ବର୍ଷ ଆଗରୁ ବଡଭାଇ ଆପନାଙ୍କ ଅକାଳ ବିୟୋଗ ହୋଇଥିଲା। ଘରେ ବର୍ତ୍ତମାନ ପୂର୍ଣ୍ଣଙ୍କ ଗର୍ଭବତୀ ସ୍ତ୍ରୀ ଅଛନ୍ତି। ଏହି ଅସହାୟ ପରିବାରକୁ ସରକାରୀ ସହାୟତା ଯୋଗାଇବା ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି କରିବାକୁ ଚାଷୀଙ୍କ ଦାବି, ବାକି ଅଛନ୍ତି…

ବଡ଼ଗାଁ,୨୭।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ବିକ୍ରି ପାଇଁ ଚାଷୀଙ୍କ ନାମ ପଞ୍ଜିକରଣ ପ୍ରକ୍ରିୟାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri