ରେଙ୍ଗାଲି ଜଳଭଣ୍ଡାରରେ ବୁଡ଼ି ଦୁଇ ପୁଅଙ୍କ ସହ ଚାଲିଗଲା ମା’ଙ୍କ ଜୀବନ, ଅଳ୍ପକେ ବର୍ତ୍ତିଲେ ବାପା

ଦେବଗଡ଼,୨୩ା୫(ଶଶାଙ୍କ ଶେଖର ଝାଙ୍କର): ରେଙ୍ଗାଲି ଜଳ ଭଣ୍ଡାରରେ ଅଘଟଣ। ଦେଶୀ ଡଙ୍ଗା ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ବିଳମ୍ବିତ ରାତିରେ ମାଛ ମାରିବାକୁ ଯାଇଥିବା ବେଳେ ହଠାତ ଝଟ୍‌କା ପବନ ହେବାରୁ ଦେଶୀ ଡଙ୍ଗା ଓଲଟି ପଡ଼ିଥିଲା। ଫଳରେ ବାପା, ମା’ଙ୍କ ସହିତ ଦୁଇ ନାବାଳକ ପୁଅ ପାଣିରେ ଭାସି ଯାଇଥିଲେ। ସ୍ତ୍ରୀ ଏବଂ ଦୁଇ ପୁଅଙ୍କୁ ପାଣିରୁ ଉଦ୍ଧାର ପାଇଁ ବାପା ଶତ ପ୍ରତିଶତ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲେ। ପାଣିରେ ବୁଡ଼ି ସ୍ତ୍ରୀ ଏବଂ ଦୁଇ ପୁଅଙ୍କ ଜୀବନ ଯାଇଥିବା ବେଳେ ବାପ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଦେବଗଡ଼ ଜିଲା ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାରେ ଏଭଳି ଅଭାବନୀୟ ଘଟଣା ଘଟିଥିବାବେଳେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଖବର ଅନୁଯାୟୀ, ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତଲେଇସର ଗ୍ରାମ ନିକଟ ରେଙ୍ଗାଲି ଜଳଭଣ୍ଡାରକୁ ପୁଡାଡିହି ଗ୍ରାମର ବୁଲୁ ପେଣ୍ଠେଇ ତାଙ୍କ ସ୍ତ୍ରୀ ଜ୍ୟୋତ୍ସ୍ନା ଏବଂ ୬ ବର୍ଷର ପୁଅ ଆୟୁଷ ଓ ୪ ବର୍ଷର ପୁଅ ରିୟାଂଶ ସହିତ ମାଛ ମାରିବାକୁ ଯାଇଥିଲେ। ସବୁ ଦିନ ଭଳି ବୁଧବାର ବିଳମ୍ବିତ ରାତିରେ ଏକ ଦେଶୀ ଡଙ୍ଗା ଯୋଗେ ଦୁଇ ନାବାଳକ ପୁଅକୁ ଧରି ସ୍ବାମୀ ଓ ସ୍ତ୍ରୀ ମାଛ ମାରିବାକୁ ଜଳଭଣ୍ଡାର ଭିତରେ ଜାଲ ବିଛାଉଥିଲେ। ମାତ୍ର ହଠାତ୍‌ ଝଟକା ପବନ ଆସିବାରୁ ଡଙ୍ଗା ଭିତରେ ପାଣି ପଶିଥିଲା ଏବଂ ଭାରସାମ୍ୟ ହରାଇ ଡଙ୍ଗାଟି ଓଲଟି ପଡ଼ିଥିଲା। ବୁଲୁ ଦୁଇ ପୁଅ ଏବଂ ସ୍ତ୍ରୀଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲେ। ତେବେ ମୃତକଙ୍କ ପରିବାର ଅତି ଗରିବ ଶ୍ରେଣୀର ହୋଇଥିବାରୁ ସରକାରଙ୍କ ତରଫରୁ କ୍ଷତିପୂରଣ ଯୋଗାଇ ଦେବାକୁ ଦାବି ହୋଇଛି।

ପାଣି ଭିତରୁ ଦୁଇ ପୁଅଙ୍କ ମୃତଦେହ ବାପା ବୁଲୁ ଉଦ୍ଧାର କରିଥିବା ବେଳେ ସ୍ତ୍ରୀ ନିଖୋଜ ଥିଲେ। ଗୁରୁବାର ସକାଳୁ ଘଟଣା ଜଣାପଡ଼ିବା ପରେ ରିଆମାଳ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହିତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ମହିଳାଙ୍କ ମୃତଦେହ ଏକ ଜାଲରେ ଛନ୍ଦି ହୋଇ ରହିଥିବା ବେଳେ ଦୀର୍ଘ ସମୟ ଧରି ଖୋଜାଖୋଜି ପରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ମୃତ ଦେହ ଉଦ୍ଧାର ହୋଇଥିଲା। ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। କୁଣ୍ଢେଇଗୋଳା ପୋଲିସ ମୃତଦେହ ଜବତ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଘଟଣାସ୍ଥଳରେ ଦେବଗଡ଼ ଉପଜିଲାପାଳ, ପରୀକ୍ଷିତ ସାହୁ, ଜିଲା ମତ୍ସ୍ୟ ଅଧିକାରୀ ଏବଂ ରିଆମାଳ ତହସିଲଦାର ପହଞ୍ଚି ପ୍ରାଥମିକ ତଦନ୍ତ କରିଛନ୍ତି। ମୃତକଙ୍କ ପରିବାରକୁ ଏବେ ରେଡକ୍ରସରୁ ୧୫ ହଜାର ଏବଂ ହରିଶ୍ଚନ୍ଦ୍ର ସହାୟତା ଏବଂ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ଉପଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri