ରେଙ୍ଗାଲି ଜଳଭଣ୍ଡାରରେ ବୁଡ଼ି ଦୁଇ ପୁଅଙ୍କ ସହ ଚାଲିଗଲା ମା’ଙ୍କ ଜୀବନ, ଅଳ୍ପକେ ବର୍ତ୍ତିଲେ ବାପା

ଦେବଗଡ଼,୨୩ା୫(ଶଶାଙ୍କ ଶେଖର ଝାଙ୍କର): ରେଙ୍ଗାଲି ଜଳ ଭଣ୍ଡାରରେ ଅଘଟଣ। ଦେଶୀ ଡଙ୍ଗା ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ବିଳମ୍ବିତ ରାତିରେ ମାଛ ମାରିବାକୁ ଯାଇଥିବା ବେଳେ ହଠାତ ଝଟ୍‌କା ପବନ ହେବାରୁ ଦେଶୀ ଡଙ୍ଗା ଓଲଟି ପଡ଼ିଥିଲା। ଫଳରେ ବାପା, ମା’ଙ୍କ ସହିତ ଦୁଇ ନାବାଳକ ପୁଅ ପାଣିରେ ଭାସି ଯାଇଥିଲେ। ସ୍ତ୍ରୀ ଏବଂ ଦୁଇ ପୁଅଙ୍କୁ ପାଣିରୁ ଉଦ୍ଧାର ପାଇଁ ବାପା ଶତ ପ୍ରତିଶତ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲେ। ପାଣିରେ ବୁଡ଼ି ସ୍ତ୍ରୀ ଏବଂ ଦୁଇ ପୁଅଙ୍କ ଜୀବନ ଯାଇଥିବା ବେଳେ ବାପ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଦେବଗଡ଼ ଜିଲା ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାରେ ଏଭଳି ଅଭାବନୀୟ ଘଟଣା ଘଟିଥିବାବେଳେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଖବର ଅନୁଯାୟୀ, ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତଲେଇସର ଗ୍ରାମ ନିକଟ ରେଙ୍ଗାଲି ଜଳଭଣ୍ଡାରକୁ ପୁଡାଡିହି ଗ୍ରାମର ବୁଲୁ ପେଣ୍ଠେଇ ତାଙ୍କ ସ୍ତ୍ରୀ ଜ୍ୟୋତ୍ସ୍ନା ଏବଂ ୬ ବର୍ଷର ପୁଅ ଆୟୁଷ ଓ ୪ ବର୍ଷର ପୁଅ ରିୟାଂଶ ସହିତ ମାଛ ମାରିବାକୁ ଯାଇଥିଲେ। ସବୁ ଦିନ ଭଳି ବୁଧବାର ବିଳମ୍ବିତ ରାତିରେ ଏକ ଦେଶୀ ଡଙ୍ଗା ଯୋଗେ ଦୁଇ ନାବାଳକ ପୁଅକୁ ଧରି ସ୍ବାମୀ ଓ ସ୍ତ୍ରୀ ମାଛ ମାରିବାକୁ ଜଳଭଣ୍ଡାର ଭିତରେ ଜାଲ ବିଛାଉଥିଲେ। ମାତ୍ର ହଠାତ୍‌ ଝଟକା ପବନ ଆସିବାରୁ ଡଙ୍ଗା ଭିତରେ ପାଣି ପଶିଥିଲା ଏବଂ ଭାରସାମ୍ୟ ହରାଇ ଡଙ୍ଗାଟି ଓଲଟି ପଡ଼ିଥିଲା। ବୁଲୁ ଦୁଇ ପୁଅ ଏବଂ ସ୍ତ୍ରୀଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲେ। ତେବେ ମୃତକଙ୍କ ପରିବାର ଅତି ଗରିବ ଶ୍ରେଣୀର ହୋଇଥିବାରୁ ସରକାରଙ୍କ ତରଫରୁ କ୍ଷତିପୂରଣ ଯୋଗାଇ ଦେବାକୁ ଦାବି ହୋଇଛି।

ପାଣି ଭିତରୁ ଦୁଇ ପୁଅଙ୍କ ମୃତଦେହ ବାପା ବୁଲୁ ଉଦ୍ଧାର କରିଥିବା ବେଳେ ସ୍ତ୍ରୀ ନିଖୋଜ ଥିଲେ। ଗୁରୁବାର ସକାଳୁ ଘଟଣା ଜଣାପଡ଼ିବା ପରେ ରିଆମାଳ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହିତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ମହିଳାଙ୍କ ମୃତଦେହ ଏକ ଜାଲରେ ଛନ୍ଦି ହୋଇ ରହିଥିବା ବେଳେ ଦୀର୍ଘ ସମୟ ଧରି ଖୋଜାଖୋଜି ପରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ମୃତ ଦେହ ଉଦ୍ଧାର ହୋଇଥିଲା। ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। କୁଣ୍ଢେଇଗୋଳା ପୋଲିସ ମୃତଦେହ ଜବତ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଘଟଣାସ୍ଥଳରେ ଦେବଗଡ଼ ଉପଜିଲାପାଳ, ପରୀକ୍ଷିତ ସାହୁ, ଜିଲା ମତ୍ସ୍ୟ ଅଧିକାରୀ ଏବଂ ରିଆମାଳ ତହସିଲଦାର ପହଞ୍ଚି ପ୍ରାଥମିକ ତଦନ୍ତ କରିଛନ୍ତି। ମୃତକଙ୍କ ପରିବାରକୁ ଏବେ ରେଡକ୍ରସରୁ ୧୫ ହଜାର ଏବଂ ହରିଶ୍ଚନ୍ଦ୍ର ସହାୟତା ଏବଂ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ଉପଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?