ganjam : ପ୍ରସବ ବେଳେ ଆଖିବୁଜିଲା ମାଈହାତୀ

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଭୀମନଗର ଗାଁ ନିକଟ ରତନେଇ ସଂରକ୍ଷିତ ଜଙ୍ଗଲରେ ପ୍ରସବ ବେଳେ ଏକ ମାଈ ହାତୀର ମୃତ୍ୟୁ ଘଟିଛି। ଖବର ପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗଞ୍ଜାମ ଜିଲା ବ୍ରହ୍ମପୁର ବନଖଣ୍ଡ ଏବଂ ଗଜପତି ଜିଲା ପାରଳାଖେମୁଣ୍ଡି ବନଖଣ୍ଡ ସୀମାନ୍ତ ଦିଗପହଣ୍ଡି ଓ ପୋଡ଼ାମାରି ରେଞ୍ଜ ସଂଲଗ୍ନ ପାଟପୁର ଫରେଷ୍ଟ ବିଟ ଅଧୀନ ରତନେଇ ଜଙ୍ଗଲରେ ଏହି ଘଟଣା ଘଟିଛି।

ଖବର ପାଇ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସୋନି ଖୋକ୍କର, ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଏସ୍‌. ଆନନ୍ଦ, ଏସିଏଫ ସସ୍ମିତା ବିଶାଳ, ଦିଗପହଣ୍ଡି ରେଞ୍ଜର ଦିବ୍ୟ ରଞ୍ଜନ ସାହୁ, ପାଟପୁର ଫରେଷ୍ଟର ପ୍ରମୋଦ କୁମାର ନାୟକ, ଇ. ଗଣେଶ, ସନ୍ତୋଷ କୁମାର ବିଷୋୟୀରତ୍ନ, ପ୍ରାଣୀ ଚିକିତ୍ସକ ପ୍ରବୀଣ କୁମାର ସାହୁଙ୍କ ସମେତ ବନବିଭାଗର ସାଇଣ୍ଟଫିକ ଟିମ୍‌ ବିଦ୍ୟୁତ ବିଭାଗୀୟ ଅଧିକାରୀ ଇଂ.ଗୋପାଳ ଚନ୍ଦ୍ର ପଣ୍ଡା, ଇଂ.ଦୀପକ କୁମାର ବଳିୟାର ସିଂ ପହଞ୍ଚି ତଦନ୍ତ କରି ଫେରିଛନ୍ତି।

ମାଈ ହାତୀଟି ପ୍ରସବ ଜନିତ ବେଦନା ସହ୍ୟ କରି ନ ପାରି ନିକଟସ୍ଥ ପାହାଡ଼ ତଳକୁ ଖସି ପଡି ମୃତ୍ୟୁବରଣ କରିଥିବା ବନବିଭାଗର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ସ୍ଥାନୀୟ ଲୋକଙ୍କ କହିବା ମୁତାବକ, ୨ ଦିନ ହେଲା ହାତୀଟି ମରି ପଡିଥିବା ବେଳେ ମୃତଦେହ ପଚି ଦୁର୍ଗନ୍ଧ ବାହାରୁଛି।

ଦିଗପହଣ୍ଡି ବନ ବିଭାଗ ରେଞ୍ଜ ପାଟପୁର ଫରେଷ୍ଟ ବିଟ ଅଧୀନରେ ଥିବା ରତନେଇ ଜଙ୍ଗଲ ଓ ପାହାଡ଼ରେ ୬ ଟିକିଆ ହାତୀପଲ ବହୁ ଦିନରୁ ରହିଆସୁଥିବା ବେଳେ ଗତ ୨୨ରେ ଏକ ହାତୀର ମୃତ୍ୟୁ ହୋଇଥିବା ବେଳେ ଗତ ଜାନୁଆରୀ ୨ ତାରିଖରେ ଖାଦ୍ୟ ଅନ୍ବେଷଣରେ ଚାଲି ଆସି ଦିଗପହଣ୍ଡି ବନ ବିଭାଗ ରେଞ୍ଜ ପାଟପୁର ସେକ୍ସନ ଗଙ୍ଗାପୁର ପଞ୍ଚାୟତ ଢେପାଗୁଡ଼ା ଗାଁ ନିକଟ ଜଣେ ବ୍ୟକ୍ତିଙ୍କ ଆଖୁବାଡିରେ ଖଞ୍ଜା ହୋଇଥିବା ବିଦ୍ୟୁତ୍‌ ତାରରେ ଲାଗି ଏକ ମାଈ ହାତୀର ମୃତ୍ୟୁ ଘଟିଥିଲା।

ଢେପାଗୁଡ଼ା ଗ୍ରାମର ଟୁନା ମଲ୍ଲିକ ତାଙ୍କ ଜମିରେ ଆଖୁ ଚାଷ କରିଛନ୍ତି। ବାର୍‌ହା ପଲ ଚାଷ ନଷ୍ଟ କରୁଥିବାରୁ ସେ ଜମି ଚାରିପଟେ ବିଦ୍ୟୁତ୍‌ ତାର ସଂଯୋଗ କରିଥିଲେ। ହାତୀଟି ଏହି ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଘଟଣାସ୍ଥଳରୁ ବନବିଭାଗ ବିଦ୍ୟୁତ୍‌ ତାର୍‌ ଜବତ କରିଥିଲା। ପରେ ବନବିଭାଗ ଏକ ମାମଲା ରୁଜୁ କରି ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

ଏବେ ପୁଣି ଆଉ ଏକ ମାଈ ହାତୀ ମୃତ୍ୟୁକୁ ନେଇ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ହାତୀ ମୃତ୍ୟୁକୁ ନେଇ ବ୍ରହ୍ମପୁର ବନଖଣ୍ଡ ଅଧିକାରୀଙ୍କୁ ପଚାରିବାରୁ ସେ କହିଥିଲେ, ହାତୀର ମୃତଦେହ ବ୍ୟବଚ୍ଛେଦ କରାଯିବ। ବିଭିନ୍ନ ଦିଗକୁ ଅନୁଧ୍ୟାନ କରି ତଦନ୍ତ କରାଯିବା ପରେ ପ୍ରକୃତ ଘଟଣା ଜଣାପଡ଼ିବ। ହାତୀର ବୟସ ୨୨ବର୍ଷ ହେବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?