Posted inଜାତୀୟ

ଦୀର୍ଘବର୍ଷ ଧରି ଲିଭ୍‌-ଇନ୍‌ରେ ରହିବା ପରେ ବିବାହ ବନ୍ଧନରେ ବାନ୍ଧି ହେଲେ ୫୫ ଯୋଡ଼ି

ରାଞ୍ଚି,୧୮।୨: ଦୀର୍ଘବର୍ଷ ଧରି ଲିଭ୍‌-ଇନ୍‌-ରିଲେସନଶିପ୍‌ରେ ରହିବା ପରେ ଝାଡ଼ଖଣ୍ଡର ୫୫ ଯୋଡ଼ି ବସନ୍ତ ପଞ୍ଚମୀ ଦିନ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଯାହାକି ଗରିବ ଏବଂ ଅନ୍ୟ ସାମାଜିକ ପରମ୍ପରା କାରଣ ଯୋଗୁ ଅଟକି ରହିଥିଲା। ଏହି ଯୋଡ଼ିମାନେ ଏକାଠି ରହୁଥିଲେ ମଧ୍ୟ ବିଧିବଦ୍ଧ ବିବାହ କରି ନ ଥିଲେ। ତେଣୁ ଔପଚାରିକ ଭାବେ ସ୍ତ୍ରୀ ସ୍ବାମୀ ହୋଇପାରୁ ନ ଥିଲେ।

ଗୁମଲାର ସାମୁହିକ ବିବାହ ମଣ୍ଡପରେ ଏମିତି ବିବାହ ଅନୁଷ୍ଠିତ ହୋଇଯାଇଛି। ଏପରି ବିବାହକୁ ସ୍ବୟଂସେବକ ସଂସ୍ଥା ‘ନିମିତ୍ତ’ କରିଛି। ସଂସ୍ଥାର ସଚିବ ନିକିତା କହିଛନ୍ତି, ଝାଡ଼ଖଣ୍ଡର ଗ୍ରାମାଞ୍ଚଳରେ ହଜାର ହଜାର ଯୋଡ଼ି ରହୁଛନ୍ତି। ଯେଉଁମାନଙ୍କର ଔପଚାରିକ ବିବାହ ହୋଇନାହିଁ। ଆର୍ଥିକ ସ୍ଥିତି ଦୁର୍ବଳ ହେତୁ ବିବାହ ପାଇଁ ଖର୍ଚ୍ଚ କରିପାରୁନାହାନ୍ତି। ତେଣୁ ତାଙ୍କ ସଂସ୍ଥା ପକ୍ଷରୁ ଏପରି ଯୋଡ଼ିକୁ ବିବାହ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

ସବୁଠୁ କୌତୂହଳ ବିଷୟର କଥା ହେଲା ଏହି ବିଧିବଦ୍ଧ ବିବାହ ଉତ୍ସବରେ ବରକନ୍ୟାଙ୍କ କୋଳରେ କାହାର ନାତି ନାତୁଣୀ ତ କାହାରୁ ଝିଅ ପୁଅ ବସିଥିଲେ। ଏମିତି ବି ଦେଖିବାକୁ ମିଳିଥିଲା ଗୋଟିଏ ବେଦିରେ ମା-ବାପା ବସିଥିବା ବେଳେ ଆଉ ଗୋଟିଏ ବେଦିରେ ପୁଅ-ବୋହୂ ବସିଥିଲେ। ଏପରି ବିବାହକୁ ନେଇ ଯୋଡ଼ିମାନେ ଖୁସି ଥିବା କହିଛନ୍ତି। ପଣ୍ଡିତ ବଦ୍ରିନାଥ ବିବାହ କାର୍ଯ୍ୟ ସମାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri