ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ ରୋଜାଲିନ ସାହୁଙ୍କୁ ବୀଭତ୍ସ ଭାବେ ହତ୍ୟା ଘଟଣାରେ ଜଡ଼ିତ ଅଭିଯୁକ୍ତଙ୍କୁ ଗିରଫ କାହିଁକି ଗିରଫ କରାଯାଉ ନାହିଁ। ଚମ୍ପୁଆ ନିର୍ବାଚନ ମଣ୍ଡଳୀରେ ପ୍ରଚାରରେ ଯାଇ ପୋଲିସକୁ ଚାଲେଞ୍ଜ କରୁଥିଲେ ହେଁ କାହିଁକି ଧରା ଯାଉନାହାନ୍ତି ବୋଲି ତାଙ୍କ ମା’ ରେବତୀ ସାହୁ କହିବା ସହ ଶନିବାର ଝିଅର ଫଟୋକୁ ରଖି ପ୍ରତୀକ ଅନଶନରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସି ନ୍ୟାୟ ମାଗିଛନ୍ତି। ଏନେଇ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ ଜାରି ରଖିବେ ବୋଲି କହିଛନ୍ତି। ପ୍ରାୟ ଦୁଇ ଘଣ୍ଟା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଥିଲେ। କେନ୍ଦୁଝର ଘଟଗାଁ ଥାନାରେ ଅଭିଯୁକ୍ତ ପ୍ରକାଶ ମଲ୍ଲିକଙ୍କ ନାମରେ ହତ୍ୟା ମାମଲା ରୁଜୁ ହୋଇଥିଲା। ଏନେଇ ପ୍ରାମାଣିକ ତଥ୍ୟ ପୋଲିସ ନିକଟରେ ଥିଲେ ହେଁ ଘଟଣାକୁ ରଫାଦଫା କରିବାକୁ ଉଦ୍ୟମ କରିଥିବା ବେଳେ ଏବେ ତଦନ୍ତ ଚାଲିଛି। ମାମଲା ଉଚ୍ଚ ନ୍ୟାୟାଳୟରେ ଥିବା ବେଳେ ବରିଷ୍ଠ ପୋଲିସ ଅଧିକାରୀଙ୍କ ନିକଟରେ ଅଭିଯୋଗ ପହଞ୍ଚିଛି। ଏଭଳି ସମୟ ରେ ଅଭିଯୁକ୍ତ ଖୁଲମଖୁଲା ପ୍ରାର୍ଥୀଙ୍କ ସହିତ ବୁଲି ପ୍ରଚାର କରିବା ଓ ଫଟୋ ସୋସିଆଲ ମିଡିଆରେ ପ୍ରଚାର ହେଉଥିବା ସତ୍ତ୍ୱେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଜିଲା ନିର୍ବାଚନ ଅଧିକାରୀ, ପର୍ଯ୍ୟବେକ୍ଷକଙ୍କୁ ଲିଖିତ ଜଣାଇ ଥିବା ସେ କହିଛନ୍ତି। ତାଙ୍କ ଝିଅଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରି ଦୁର୍ଘଟଣାର ରୂପ ଦିଆଯାଇଛି। ଏଣୁ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ସେ ଦାବି କରିଛନ୍ତି। ଅନ୍ୟପକ୍ଷରେ ମୁଁ ନିର୍ଦ୍ଦୋଷ। ପୋଲିସ ପକ୍ଷରୁ ମୋତେ କୌଣସି ନୋଟିସ୍‌ ମିଳିନାହିଁ ବୋଲି ପ୍ରକାଶ ମଲ୍ଲିକ କହିଛନ୍ତି। ଝିଅର ମୃତ୍ୟୁକୁ ନେଇ ଦୀର୍ଘ ବର୍ଷ ହେଲା ଅସହାୟ ମା’ ଆଇନର ଦ୍ବାରସ୍ଥ ହୋଇ ନ୍ୟାୟ ପାଇଁ ଏକାକୀ ଲଢେଇ କରି ଆସୁଥିବା ବେଳେ, ପ୍ରଶାସନିକ ବ୍ୟବସ୍ଥାରୁ ନ୍ୟାୟ ନ ପାଇ ଶେଷରେ ଅନଶନରେ ବସିବା ଦୁର୍ଭାଗ୍ୟପୂର୍ଣ୍ଣ। ଏଣୁ ଏଭଳି ସମ୍ବେଦନଶୀଳ ଘଟଣାକୁ ନେଇ ପୋଲିସ ତତ୍ପରତା ଦେଖାଇ ପଦକ୍ଷେପ ଗ୍ରହଣ କରିବାକୁ ସାମାଜିକ କର୍ମୀ ଦିଲୀପ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri