ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ ରୋଜାଲିନ ସାହୁଙ୍କୁ ବୀଭତ୍ସ ଭାବେ ହତ୍ୟା ଘଟଣାରେ ଜଡ଼ିତ ଅଭିଯୁକ୍ତଙ୍କୁ ଗିରଫ କାହିଁକି ଗିରଫ କରାଯାଉ ନାହିଁ। ଚମ୍ପୁଆ ନିର୍ବାଚନ ମଣ୍ଡଳୀରେ ପ୍ରଚାରରେ ଯାଇ ପୋଲିସକୁ ଚାଲେଞ୍ଜ କରୁଥିଲେ ହେଁ କାହିଁକି ଧରା ଯାଉନାହାନ୍ତି ବୋଲି ତାଙ୍କ ମା’ ରେବତୀ ସାହୁ କହିବା ସହ ଶନିବାର ଝିଅର ଫଟୋକୁ ରଖି ପ୍ରତୀକ ଅନଶନରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସି ନ୍ୟାୟ ମାଗିଛନ୍ତି। ଏନେଇ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ ଜାରି ରଖିବେ ବୋଲି କହିଛନ୍ତି। ପ୍ରାୟ ଦୁଇ ଘଣ୍ଟା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଥିଲେ। କେନ୍ଦୁଝର ଘଟଗାଁ ଥାନାରେ ଅଭିଯୁକ୍ତ ପ୍ରକାଶ ମଲ୍ଲିକଙ୍କ ନାମରେ ହତ୍ୟା ମାମଲା ରୁଜୁ ହୋଇଥିଲା। ଏନେଇ ପ୍ରାମାଣିକ ତଥ୍ୟ ପୋଲିସ ନିକଟରେ ଥିଲେ ହେଁ ଘଟଣାକୁ ରଫାଦଫା କରିବାକୁ ଉଦ୍ୟମ କରିଥିବା ବେଳେ ଏବେ ତଦନ୍ତ ଚାଲିଛି। ମାମଲା ଉଚ୍ଚ ନ୍ୟାୟାଳୟରେ ଥିବା ବେଳେ ବରିଷ୍ଠ ପୋଲିସ ଅଧିକାରୀଙ୍କ ନିକଟରେ ଅଭିଯୋଗ ପହଞ୍ଚିଛି। ଏଭଳି ସମୟ ରେ ଅଭିଯୁକ୍ତ ଖୁଲମଖୁଲା ପ୍ରାର୍ଥୀଙ୍କ ସହିତ ବୁଲି ପ୍ରଚାର କରିବା ଓ ଫଟୋ ସୋସିଆଲ ମିଡିଆରେ ପ୍ରଚାର ହେଉଥିବା ସତ୍ତ୍ୱେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଜିଲା ନିର୍ବାଚନ ଅଧିକାରୀ, ପର୍ଯ୍ୟବେକ୍ଷକଙ୍କୁ ଲିଖିତ ଜଣାଇ ଥିବା ସେ କହିଛନ୍ତି। ତାଙ୍କ ଝିଅଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରି ଦୁର୍ଘଟଣାର ରୂପ ଦିଆଯାଇଛି। ଏଣୁ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ସେ ଦାବି କରିଛନ୍ତି। ଅନ୍ୟପକ୍ଷରେ ମୁଁ ନିର୍ଦ୍ଦୋଷ। ପୋଲିସ ପକ୍ଷରୁ ମୋତେ କୌଣସି ନୋଟିସ୍‌ ମିଳିନାହିଁ ବୋଲି ପ୍ରକାଶ ମଲ୍ଲିକ କହିଛନ୍ତି। ଝିଅର ମୃତ୍ୟୁକୁ ନେଇ ଦୀର୍ଘ ବର୍ଷ ହେଲା ଅସହାୟ ମା’ ଆଇନର ଦ୍ବାରସ୍ଥ ହୋଇ ନ୍ୟାୟ ପାଇଁ ଏକାକୀ ଲଢେଇ କରି ଆସୁଥିବା ବେଳେ, ପ୍ରଶାସନିକ ବ୍ୟବସ୍ଥାରୁ ନ୍ୟାୟ ନ ପାଇ ଶେଷରେ ଅନଶନରେ ବସିବା ଦୁର୍ଭାଗ୍ୟପୂର୍ଣ୍ଣ। ଏଣୁ ଏଭଳି ସମ୍ବେଦନଶୀଳ ଘଟଣାକୁ ନେଇ ପୋଲିସ ତତ୍ପରତା ଦେଖାଇ ପଦକ୍ଷେପ ଗ୍ରହଣ କରିବାକୁ ସାମାଜିକ କର୍ମୀ ଦିଲୀପ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?