ଗର୍ଭବତୀ ବୋହୂଙ୍କୁ ଗୋଇଠା ମାରିଲେ ଶାଶୁ, ମୃତ ଛୁଆକୁ ଜନ୍ମ ଦେଇ ଚାଲିଗଲା ମା’ର ଜୀବନ

ମହାକାଳପଡ଼ା,୪। ୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ବତିଘର ପଞ୍ଚାୟତ କୋଚିଳା ବେଲାରୀ ଗ୍ରାମର ଗୋବିନ୍ଦ ଗିରିଙ୍କ ପୁଅ ତାପସ ଗିରିଙ୍କୁ ୨ ବର୍ଷ ପୂର୍ବେ ହରିଆବାଙ୍କ ଗ୍ରାମର ସହଦେବ ଆଡିଙ୍କ ଝିଅ ମଞ୍ଜୁଲତା ବେରା ପ୍ରେମ ବିବାହ କରିଥିଲେ। ବିବାହ ପରେ ଶାଶୁଘଲୋକେ ଯୌତୁକ ପାଇଁ ଶାରୀରିକ ମାନସିକ ନିର୍ଯାତନା ଦେଉଥିଲେ। ଗରିବ ମା’ ବାପା ଝିଅକୁ ଅଧିକ ଯୌତୁକ ଦେବା ପାଇଁ ଅକ୍ଷମ ବୋଲି କୁହାଯାଇଛି। ନଭେମ୍ବର ଶେଷ ସପ୍ତାହରେ ୮ ମାସର ଗର୍ଭବତୀ ବୋହୂ ମଞ୍ଜୁଙ୍କ ପେଟକୁ ଶାଶୁ ଶକୁନ୍ତଳା ଗିରି ଗୋଇଠା ମାରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବତିଘର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଅସମୟରେ ମଞ୍ଜୁ ଏକ ମୃତ ଶିଶୁ ଜନ୍ମ ଦେଇଥିଲେ। ମେଡିକାଲରୁ ଫେରି ଚିକିତ୍ସା ଅଭାବରୁ ତୁରନ୍ତ ଭୁବନେଶରରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ଶାଶୁଘର ଲୋକମାନେ ସ୍ଥାନାନ୍ତର କରିଥିଲେ ମଧ୍ୟ ସେଠାରେ ନଭେମ୍ବର ୨୫ରେ ମଞ୍ଜୁଙ୍କର ମୃତ୍ୟୁ ହୋଇଥିଲା। ପରେ ଶାଶୁ ଘର ଲୋକେ ତରବର ହୋଇ ମୃତଦେହ ବ୍ୟବଚ୍ଛେଦ ନ କରି ବତିଘରକୁ ଆଣିଥିଲେ। ପରେ ଉକ୍ତ ଥାନା ଅଧୀନ ହରିଆବାଙ୍କ ଗ୍ରାମ ମଞ୍ଜୁଙ୍କ ବାପଘର ଲୋକମାନେ ଝିଅ ମୃତ୍ୟୁ ଖବର ପାଇ ପହଞ୍ଚିଲା ବେଳକୁ ମଞ୍ଜୁଙ୍କୁ ତାଙ୍କ ମା’ ବାପାଙ୍କୁ ଦେଖାଇଲେ ନାହିଁ। ପରେ ଶାଶୁଘର ଲୋକମାନେ ମୃତ ମଞ୍ଜୁଙ୍କୁ ସଂସ୍କାର କରିଥିଲେ। ଏ ନେଇ ମଞ୍ଜୁଙ୍କ ବାପା ସହଦେବ ଆଡି ଜମ୍ବୁ ସାମୁଦ୍ରିକ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ.୨୪୮/୨୫ ମାମଲା ରୁଜୁକରି ତଦନ୍ତ ଚଳାଇଛି। ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମ୍ୟ ରଞ୍ଜନ ବିଶ୍ବାଳଙ୍କୁ ପଚାରିବାରୁ ଅଭିଯୋଗକୁ ଭିତ୍ତିକରି ତଦନ୍ତ ଚାଲିଛି ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri