ବୋହୂର ପନିକି ଆକ୍ରମଣରେ ଶାଶୁ ଲହୁଲୁହାଣ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଭୋଗରାଇ, ୨୮।୬ (ପ୍ରଦୀପ ଦାସ): ପାରିବାରିକ କଳହକୁ କେନ୍ଦ୍ର କରି ବୋହୂର ପନିକି ଆକ୍ରମଣରେ ଶାଶୁ ଗୁରୁତର ଆହତ ହୋଇଛନ୍ତି। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ପ୍ରଥମେ ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ପରେ ବାଲେଶ୍ୱର ଜିଳା ମୁଖ୍ୟ ଚିକିତ୍ସାଳୟ ଏବଂ ସେଠାରୁ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏଭଳି ଅଭାବନୀୟ ଘଟଣା ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ପଥରଘଟା ଗ୍ରାମରେ ଘଟିଛି।

ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଶଙ୍କର ବାରିକଙ୍କ ପତ୍ନୀ ଶିବାନୀ ବାରିକ ଓ ତାଙ୍କ ଶାଶୁଙ୍କ ମଧ୍ୟରେ ଶନିବାର ରାତିରେ କୌଣସି ପାରିବାରିକ ଘଟଣାକୁ ନେଇ ତୀବ୍ର ବଚସା ହୋଇଥିଲା। ପରେ ଏହି ବିବାଦ ଉଗ୍ର ରୂପ ନେବାରୁ ଶିବାନୀ ଉତ୍ତ୍ୟକ୍ତ ହୋଇ ଘରେ ଥିବା ଏକ ପନିକିରେ ତାଙ୍କର ୬୫ ବର୍ଷୀୟା ଶାଶୁଙ୍କ ଉପରେ ବାରମ୍ବାର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଶାଶୁଙ୍କ ଚିତ୍କାର ଶୁଣି ପଡ଼ୋଶୀମାନେ ଘଟଣାସ୍ଥଳକୁ ଧାଇଁ ଆସି ତାଙ୍କୁ ଉଦ୍ଧାର କରିଥିଲେ। ପରେ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରବର୍ତ୍ତୀ ସମୟରେ କଟକସ୍ଥିତ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ସୂଚନା ମିଳିଛି।

ଘଟଣା ସମ୍ପର୍କରେ ଶଙ୍କର ବାରିକଙ୍କ ଅଭିଯୋଗ ଆଧାରରେ ଭୋଗରାଇ ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତ ବୋହୂ ଶିବାନୀ ବାରିକଙ୍କୁ ଗିରଫ କରିଛି। ପୋଲିସ ଘଟଣାର ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଶିବାନୀଙ୍କର ପ୍ରାୟ ଚାରି ବର୍ଷ ପୂର୍ବେ ଶଙ୍କର ବାରିକଙ୍କ ସହ ବିବାହ ହୋଇଥିଲା ଏବଂ ସେମାନଙ୍କର ଏକ ପୁତ୍ର ସନ୍ତାନ ରହିଛି। ତେବେ ଶାଶୁ-ବୋହୂଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ପାରିବାରିକ କଳହ ଲାଗି ରହିଥିବା ପଡ଼ୋଶୀମାନେ କହିଛନ୍ତି। ପୋଲିସ ଘଟଣାର ସମସ୍ତ ଦିଗକୁ ନେଇ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?