ସାପ କାମୁଡ଼ାରେ ଶାଶୁ ମୃତ, ବୋହୂ ଗୁରୁତର 

ନନ୍ଦାହାଣ୍ଡି, ୨୦।୭ (ପ୍ରତୀପ କୁମାର ଦାଶ): ଗୋଟିଏ ପରିବାରର ୨ ଜଣଙ୍କୁ ଏକ ସାପ କାମୁଡ଼ି ଦେଇଛି। ଏଥିରେ ଶାଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୂ ଗୁରୁତର ଥିବା ଜଣାପଡ଼ିଛି। ମୃତକ ହେଲେ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ନୂଆଗାଁର ଯାଇକଡି ଗୌଡ଼ (୬୧)। ସାପ କାମୁଡ଼ାରେ ବୋହୂ କେତକୀ (୩୫) ଗୁରୁତର ଥିବାରୁ ତାଙ୍କୁ ଆଇସିୟୂରେ ରଖାଯାଇଛି।
ସୂଚନାନୁଯାୟୀ ନୂଆଗାଁର, ଯାଇକଡି, ତାଙ୍କ ପୁଅ ତ୍ରିନାଥ, ବୋହୁ କେତକୀ ଓ ନାତି ବାଦଲ ରବିବାର ରାତିରେ ଶୋଇଥିଲେ। ହଠାତ୍‌ କିଏ କାମୁଡ଼ିଥିବା ଅନୁଭବ କରି ଯାଇକଡ଼ି ଉଠି ପରିବାର ଲୋକଙ୍କୁ ଜଣାଇଥିଲେ। କିଛି ସମୟ ପରେ ତାଙ୍କ ବୋହୂ କେତକୀଙ୍କ ଜଙ୍ଘ ଓ ହାତରେ ମଧ୍ୟ ସମାନଭାବେ କାମୁଡ଼ା ଚିହ୍ନ ଥିଲା। ଏହାପରେ ତ୍ରିନାଥ ଘର ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ସାପ କିମ୍ବା ବିଷାକ୍ତ ଜନ୍ତୁକୁ ଠାବ କରିପାରି ନ ଥିଲେ। ତେବେ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ପହଞ୍ଚତ୍ବାର ପ୍ରାୟ ୧୦ ମିନିଟ୍‌ ମଧ୍ୟରେ ଯାଇକଡ଼ିଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।
କେତକୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ପ୍ରାଥମିକ ସୂଚନା ଅନୁସାରେ ଉଭୟଙ୍କୁ ଇଣ୍ଡିଆନ୍‌ କ୍ରେଟ୍‌ (ଆଞ୍ଚଳିକ ଭାଷାରେ କଲାଟି ସାପ) କାମୁଡ଼ିଥିବା ସନ୍ଦେହ କରାଯାଉଛି। ଏ ନେଇ ତେନ୍ତୁଳିଖୁଣ୍ଟି ଥାନାରେ ଏତଲା ଦିଆଯାଇଛି। କେସ୍‌ ନଂ. ୭/୨୦୨୬ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ମାମଲାର ତଦନ୍ତ ଦାୟିତ୍ୱ ଏଏସ୍‌ଆଇ ଭରତ ମାଝୀ ନେଇଛନ୍ତି। ସୋମବାର ଅପରାହ୍ନରେ ଯାଇକଡିଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି।
ନନ୍ଦାହାଣ୍ଡି ତହସିଲଦାର ଚନ୍ଦ୍ରଦାସ ମହାନନ୍ଦିଆଙ୍କ ନିର୍ଦ୍ଦେଶରେ ରାଜସ୍ବ ନିରୀକ୍ଷକ କ୍ଷେମରାଜ ପୂଜାରୀ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ କରି ଆବଶ୍ୟକୀୟ ଡକ୍ୟୁମେଣ୍ଟ ସଂଗ୍ରହ ସହ ରିପୋର୍ଟ ପ୍ରସ୍ତୁତ କରୁଛନ୍ତି। ସାପ କାମୁଡାରେ ମୃତ୍ୟୁ ହୋଇଥିବା ପ୍ରମାଣ ହେଲେ ସରକାରୀ ଯୋଜନା ପ୍ରକାରେ ପରିବାରବର୍ଗଙ୍କୁ କ୍ଷତିପୂରଣ ଭାବେ ୪ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ନନ୍ଦାହାଣ୍ଡି ତହସିଲଦାର ସୂଚନା ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inHome Left View All

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri