ସ୍ତ୍ରୀ ସହିତ ସମ୍ପର୍କ ରଖିବାକୁ ବାରଣ କରୁଥିଲେ ଶାଶୁ : ୭ ବର୍ଷ ଜେଲ ଗଲେ ଅଭିଯୁକ୍ତ ଜ୍ୱାଇଁ

କେନ୍ଦୁଝର,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଏକ ହତ୍ୟା ମାମଲାର ରାୟ ଶୁଣାଇଛନ୍ତି। ରାୟରେ ଅଭିଯୁକ୍ତ ଜଗନ୍ନାଥ ମୁଣ୍ଡାଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫୦ ଜହାର ଟଙ୍କା ଜରିମାନା ଓଅନାଦାୟେ ଅତିରିକ୍ତ ୧ ବର୍ଷ ଦଣ୍ଡାଦେଶ ଶୁଣାଇଛନ୍ତି। ରାୟ ବିବରଣୀ ଅନୁଯାୟୀ, ଘଟଗାଁ ବ୍ଲକ୍‌ ଖୁଡୁପୁଟୁଳି ଗ୍ରାମର ଜଗନ୍ନାଥ ମୁଣ୍ଡା ମନୋହରପୁର ଗ୍ରାମର ରୁକ୍ମଣୀ ମୁଣ୍ଡାଙ୍କୁ ବିବାହ କରିଥିଲେ। କିଛି ବର୍ଷ ହେଲା ସେମାନେ ମନୋହରପୁରରେ ରୁକ୍ମଣୀଙ୍କ ଘରେ ରହୁଥିଲେ। ତାଙ୍କର ୪ ସନ୍ତାନ ଥିବାରୁ ତାଙ୍କ ଶାଶୂ ନାଙ୍ଗି ମୁଣ୍ଡା(୫୫) ଅଧିକ ଛୁଆ କରିବାକୁ ବାରଣ କରୁଥିଲେ। ଫଳରେ ଜଗନ୍ନାଥ କିଛି ଦିନ ଅଲଗା ରହୁଥିଲା। ୩୧ଜୁଲାଇ ୨୦୧୮ ରାତିରେ ଘରକୁ ଆସି ସ୍ତ୍ରୀ ସହିତ ସମ୍ପର୍କ ରଖିବାକୁ ଚେଷ୍ଟା କରିଥିଲେ। ଶାଶୁ ବିରୋଧ କରିବାରୁ ଉତ୍ତ୍ୟକ୍ତ ହୋଇ ଗୋଇଠା ମାରିଥିଲେ। ପରେ ପାଟିରେ କନା ଦେଇ ତଣ୍ଟି ଚିପି ହତ୍ୟା କରିଥିଲା। ରୁକ୍ମଣୀଙ୍କ ଏତଲା କ୍ରମେ ଘଟଗାଁ ପୋଲିସ (ନଂ. ୧୨୧/୧୮)ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା।୯ ଜଣ ସାକ୍ଷୀ, ପୋଲିସ ତଦନ୍ତ ରିପୋର୍ଟ ଆଧାରରେ କୋର୍ଟ ଏହି ଦଣ୍ଡାଦେଶ କରିଛନ୍ତି। ସରକାରୀ ଓକିଲ ପ୍ରଦୀପ କୁମାର ଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri