ଶାଶୁ ଘର ଲୋକେ ମୋ ଝିଅକୁ ହତ୍ୟା କରିଛନ୍ତି

ବାସୁଦେବପୁର,୨୮।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସାନକୃଷ୍ଣପୁର ପଞ୍ଚାୟତ ନଟିଆପାଳ ଗ୍ରାମରେ ଶନିବାର ରାହାସ ମଞ୍ଜରୀ ପୁହାଣ ନାମ୍ନୀ ଜଣେ ନବବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ତାଙ୍କ ଝିଅଙ୍କୁ ଶାଶୁଘର ଲୋକେ ଯୋଜନା ମୁତାବକ ହତ୍ୟା କରିଥିବା ବାପଘର ଲୋକେ କଷିଆ ସାମୁଦ୍ରିକ ଥାନାରେ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ମୁତାବକ, ଶାଶୁଘର ପକ୍ଷରୁ କେତେଜଣ ସମ୍ପର୍କୀୟ ରାହାସ ମଞ୍ଜରୀଙ୍କୁ ସଂଜ୍ଞାହୀନ ଅବସ୍ଥାରେ ବାସୁଦେବପୁର ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ଡାକ୍ତରଖାନା ଆଣିଥିବା ସମ୍ପର୍କୀୟ ମୃତଦେହ ଛାଡ଼ି ପଳାଇ ଥିଲେ। ପରେ ମୃତା ରାହାସ ମଞ୍ଜରୀଙ୍କ ବାପା ଷଣ୍ଢଗଡ଼ା ଗ୍ରାମର ମହେଶ୍ୱର ପୁହାଣ ଓ ତାଙ୍କ ପରିବାର ଲୋକେ ଡାକ୍ତରଖାନାରେ ପହଞ୍ଚି ଝିଅର ଶାଶୁଘର ଲୋକଙ୍କୁ ନ ପାଇ ଅସନ୍ତୋଷ ବ୍ୟକ୍ତ କରିବା ସହ ହତ୍ୟା ନେଇ ଥାନାରେ ଏତଲା ଦେଇଥିଲେ। ଚଳିତ ବର୍ଷ ଫେବୃୟାରୀରେ ରାହାସ ମଞ୍ଜରୀଙ୍କ ନଟିଆପାଳ ଗ୍ରାମର ରାକେଶ ନାୟକଙ୍କ ସହ ବିବାହ ହୋଇଥିଲା। ବିବାହର ୬ ମାସ ପରେ ସନ୍ଦେହଜନକ ମୃତ୍ୟୁକୁ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୋଗ ଆଧାରରେ ମୃତା ରାହାସ ମଞ୍ଜରୀଙ୍କ ସ୍ବାମୀ ସମେତ ୧୫ ଜଣଙ୍କ ନାମରେ ମାମଲା (ନଂ.୧୧୪/୨୧) ରୁଜୁ କରିଛି। ଏଥିସହ ତାଙ୍କ ସ୍ବାମୀ ରାକେଶଙ୍କୁ ଅଟକ ରଖି ପଚରାଉଚରା କରାଯାଉଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri