ଭାରତମାତା ପୂଜନ ଉତ୍ସବ: ମନମୋହିଲା ଛଉ, ପାଇକ ଆଖଡ଼ା

ଦାରିଙ୍ଗବାଡ଼ି,୨୭।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ଦୁଇଦିନ ଧରି ଭାରତମାତା ପୂଜନ ଉତ୍ସବ ସହ ଅମୃତ ମିଳନ କାର୍ଯ୍ୟକ୍ରମ ବହୁ ଆଡମ୍ବରରେ ପାଳନ କରାଯାଇଛି। କାର୍ଯ୍ୟକ୍ରମକୁ ସଂସ୍କାର ଭାରତୀ ପକ୍ଷରୁ ସିମନବାଡ଼ି ପଞ୍ଚାୟତର ଅମୃତ ପରିବାର ପକ୍ଷରୁ ଆୟୋଜନ କରାଯାଇଥିଲା।
ପ୍ରକାଶ ଯେ, ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସକୁ ସିମନବାଡ଼ିଠାରେ ଭାରତମାତା ପୂଜନ ଉତ୍ସବ ଭାବେ ପାଳନ କରାଯାଉଛି। ଏହା ଗତ ୧୦ବର୍ଷ ଧରି ପାଳନ କରାଯାଉଥିବା ବେଳେ ସାଧାରଣତନ୍ତ୍ର ଦିବସରେ ସ୍ବତନ୍ତ୍ର ଭାବେ ଭାରତମାତା ପୂଜନ ଉତ୍ସବ ପାଳନ କରାଯାଇଛି। ଉତ୍ସବକୁ ଚଳିତ ବର୍ଷ ଆରାଧନା ନାମରେ ନାମିତ କରାଯାଇଛି। ବ୍ଲକ ତଥା ଜିଲା ଓ ଜିଲା ବାହାରୁ ଜନସାଧାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ବୁଧବାର ଆରମ୍ଭ ହୋଇ ଗୁରୁବାର ଉଦ୍‌ଯାପିତ ହୋଇଛି। ଏହି ଦୁଇଦିନିଆ କାର୍ଯ୍ୟକ୍ରମରେ ନଗରପରିକ୍ରମା, ସଂକୀର୍ତ୍ତନ, ଆଧ୍ୟାତ୍ମିକ ଚେତନା, ପତାକା ଉତ୍ତୋଳନ ସହ ସମ୍ବିଧାନ ସମ୍ପର୍କରେ ଲୋକଙ୍କୁ ସଚେତନ କରାଇବା ସହ ଯୁବପିଢ଼ିଙ୍କୁ ସଂସ୍କାର, ସାମାଜିକ ଶିକ୍ଷା ଆଦି ପରାମର୍ଶ ଦିଆଯାଇଛି। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଓଡ଼ିଶୀ ନୃତ୍ୟ ସହ ମୟୂରଭଞ୍ଜରୁ ଆସିଥିବା ଛଉନୃତ୍ୟ, ଖୋର୍ଦ୍ଧା ଜିଲାର ପାଇକଆଖଡ଼ା ଆଦି ବିଭିନ୍ନ ପାରମ୍ପରିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ନିରଞ୍ଜନ ପଣ୍ଡା ଏବଂ ସଂସ୍କାର ଭାରତୀ ସାହିତ୍ୟ ବିଭାଗ ମୁଖ୍ୟ ତପନ ବରିହା ପ୍ରମୁଖ ପରିଚାଳନା କରଥିଲେ। ସେହିପରି ମୟୂରଭଞ୍ଜର ଅକ୍ଷୟ ମହାନ୍ତ, ସୁଶାନ୍ତ ମହାନ୍ତ, ଇତିଶ୍ରୀ ମହାନ୍ତ, ବୀଣାପାଣି ମହାନ୍ତ ପ୍ରମୁଖ କଳାକାର ନିଜ କଳା ପ୍ରଦର୍ଶନ କରିଥିଲେ। ସେହିପରି ଅଞ୍ଚଳର ଦେଶପ୍ରେମୀ, ସ୍ଥାନୀୟ ମୁକ୍ତିମଣ୍ଡପ ଶ୍ରଦ୍ଧାଳୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?