ବ୍ରହ୍ମପୁର ଅଫିସ,୨୮ା୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଶିଶୁକନ୍ୟାକୁ ଧରି ମା’ କୂଅକୁ ଡେଇଁ ପଡିଥିଲେ। ଉଭୟଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ୩ ବଷର୍ର୍ୀୟା ଝିଅ ଶ୍ରେୟାସୀ ସାହୁଙ୍କର ମୃତ୍ୟୁ ଘଟିଛି।
ବଡବଜାର ଥାନା ଶ୍ରୀରାମନଗର ଜନ୍ନାଥବିହାର ସପ୍ତମ ଲାଇନ୍ର ରାମଚନ୍ଦ୍ର ସାହୁଙ୍କ ଝିଅ ବିଜୟଲକ୍ଷ୍ମୀ ୭ବର୍ଷ ତଳେ ବାଚୁବାରୀ ସାହିର ସୀମାଞ୍ଚଳ ସାହୁଙ୍କୁ ବିବାହ କରିଥିଲେ। ବିବାହ ପରେ ଯୌତୁକ ଦାବି କରି ବିଜୟଲକ୍ଷ୍ମୀଙ୍କୁ ନିର୍ଯାତନା ଦିଆଯାଉଥିଲା। ଅସହ୍ୟ ହେବାରୁ ବିଜୟଲକ୍ଷ୍ମୀ କିଛିଦିନ ହେଲା ବାପଘର ଜଗନ୍ନାଥ ବିହାରକୁ ଚାଲି ଆସିଥିଲେ। ମଙ୍ଗଳବାର ସୀମାଞ୍ଚଳ କୌଣସି କଥାକୁ ନେଇ ବିଜୟଲକ୍ଷ୍ମୀଙ୍କୁ ଫୋନ୍ରେ ଗାଳିଗୁଲଜ କରିଥିଲେ। ଏଥିରେ ସେ ମାନସିକ ଭାରସାମ୍ୟ ହରାଇ ଝିଅ ଶ୍ରେୟାସୀକୁ ଧରି କୂଅକୁ ଡେଇଁ ପଡିଥିଲେ। ଘଟଣା ସମ୍ପର୍କରେ ବିଜୟଲକ୍ଷ୍ମୀଙ୍କ ଭାଇ ନାରାୟଣ ସାହୁ ବଡବଜାର ଥାନାରେ ଅଭିଯୋଗ କରିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
Archives


