ପୁଅର ଅନୈତିକ ସମ୍ପର୍କ ନେଲା ମା’ଙ୍କ ଜୀବନ

ସୁନ୍ଦରଗଡ଼,୨୭।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦର ଥାନା ଅଧୀନ ବାଉରୀମୁଣ୍ଡା ଜୁନାଡିହି ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପୁଅର ଅନୈତିକ ପ୍ରେମ ସମ୍ପର୍କ ପାଇଁ ମା’ ଜୀବନ ଯାଇଥିବା ବେଳେ ବାପା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ବୃଦ୍ଧା ହେଲେ ବଛା ଓରାମ।

ଖବର ପାଇ ସଦର ଥାନା ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି। ପୋଲିସର ପ୍ରାଥମିକ ତଦନ୍ତ ଅନୁସାରେ ଜୁନାଡିହି ଗ୍ରାମର କାର୍ତ୍ତିକ ଟିଆଙ୍କ ସ୍ତ୍ରୀଙ୍କ ସହ ଗ୍ରାମର ବଳ ଓରାମଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା।

ଘଟଣା ଦିନ ସନ୍ଧ୍ୟାରେ ସ୍ତ୍ରୀଙ୍କୁ ପ୍ରେମିକଙ୍କ ସହ ଅସଞ୍ଜତ ଅବସ୍ଥାରେ ଦେଖିଥିଲେ ସ୍ବାମୀ କାର୍ତ୍ତିକ। ଏଥିରେ ଉତ୍‌କ୍ଷିପ୍ତ ହୋଇ କାର୍ତ୍ତିକ ଏକ ଟାଙ୍ଗିଆ ଧରି ପ୍ରେମିକ ବଳଙ୍କୁ ଗୋଡାଇ ଥିଲେ। ହେଲେ ସେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ପରେ କାର୍ତ୍ତିକ ବଳକୁ ନ ପାଇ ତାଙ୍କ ଘରେ ପହଞ୍ଚି ଥିଲେ। ସେଠାରେ ବଳଙ୍କୁ ନ ଦେଖି ତାଙ୍କ ମା’ ଓ ବାପାଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ମା’ ବଛା ଓରାମଙ୍କ ମୃତ୍ୟୁ ଘଟିଥିଲା। ବାପା ମାଧ ଓରାମ ଗୁରୁତର ଅସ୍ଥାରେ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଅଭିଯୁକ୍ତ ଫେରାର୍‌ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri