Posted inଅପରାଧ

ମୋବାଇଲ ଚାର୍ଜର ତାରରେ ବେକ ଚାପି ୪ ବର୍ଷର ଝିଅକୁ ହତ୍ୟାକଲା ମା

ପୁନେ, ୩୦।୭: ମହାରାଷ୍ଟ୍ରର ପିମ୍ପରି-ଚିନଚ୍ବାଦ ସହରରୁ ଏକ ସହରରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ତାଙ୍କ ୪ ବର୍ଷର ଝିଅକୁ ହତ୍ୟା କରିଛନ୍ତି। ଝିଅ ଅଧିକ ଦୁଷ୍ଟାମୀ କରିବାରୁ ମହିଳାଜଣଙ୍କ ମୋବାଇଲ ଚାର୍ଜର ତାରରେ ଝିଅର ଗଳା ଚିପି ହତ୍ୟା କରିଛନ୍ତି। ମହିଳାଙ୍କ ସ୍ବାମୀ ଏନେଇ ସାନ୍ଧବୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଅଭିଯୁକ୍ତ ମହିଳାଙ୍କୁ ଗିରଫ କରିଛି। ଘଟଣାଟି ଗତ ଜୁଲାଇ ୨୭ରେ ଘଟିଥିଲା। ମହିଳାଙ୍କ ସ୍ବାମୀ ଓ ପରିବାରର ଅନ୍ୟ ସମସ୍ତ ସଦସ୍ୟ କୌଣସି ଏକ ଉତ୍ସବରେ ଯୋଗଦେବା ଲାଗି ବାହାରକୁ ଯାଇଥିଲେ। କିନ୍ତୁ ମହିଳାଙ୍କ ସମେତ ତାଙ୍କ ୪ ବର୍ଷର ଝିଅ ଦିଶା ଘରେ ରହିଥିଲେ। ମହିଳାଜଣଙ୍କ ୬ ମାସର ଗର୍ଭବତୀ ଥିବାରୁ ପରିବାର ସଦସ୍ୟଙ୍କ ସହ ଯାଇ ନ ଥିଲେ। ଏହି ସମୟରେ ଦିଶା ଅଧିକ ଦୁଷ୍ଟାମୀ କରିବାରୁ ମହିଳାଜଣଙ୍କ ରାଗିଯାଇ ଝିଅର ମୁଣ୍ଡକୁ ଧରି କାନ୍ଥରେ ପିଟି ଦେଇଥିଲେ। ଏତିକିରେ ତାଙ୍କ ରାଗ ଶାନ୍ତ ପଡ଼ି ନ ଥିଲା ଯେ ସେ ମୋବାଇଲ ଚାର୍ଜର ଆଣି ତାକୁ ଝିଅର ବେକରେ ଗୁରାଇ ଚାପି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ଦିଶାର ମୃତ୍ୟୁ ହୋଇଥିଲା। ମହିଳାଙ୍କ ସ୍ବାମୀ ଏ ଘଟଣା ଜାଣିବା ପରେ ତୁରନ୍ତ ଘରକୁ ଆସିଥିଲେ। ଘରେ ବିଛଣା ଉପରେ ଝିଅ ମରି ପଡ଼ିଥିବାର ଦେଖିବାକୁ ପାଇଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଦିଶାଙ୍କୁ ହସ୍ପିଟାଲ ନେଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆଇପିସି ଧାରା ୩୦୨ ଆଧାରରେ ପୋଲିସ ମହିଳାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri