୪ ବର୍ଷର ଶିଶୁକନ୍ୟାକୁ ମାରି ଜଙ୍ଗଲରେ ପୋତିଦେଲେ ମା’

କ.ନୂଆଗାଁ/ବାଲିଗୁଡ଼ା,୧୮।୧୦(କାଳୀ ପ୍ରସାଦ ତ୍ରିପାଠୀ/ସଞ୍ଜୟ କୁମାର ପାଣିଗ୍ରାହୀ): ଜଣେ ମା’ ନିଜର ୪ ବର୍ଷର ଶିଶୁକନ୍ୟାକୁ ହତ୍ୟା କରି ଜଙ୍ଗଲରେ ପୋତିଦେଇଛନ୍ତି। କନ୍ଧମାଳ ଜିଲା ସାରଙ୍ଗଡ ଥାନା ଅନ୍ତର୍ଗତ ଗୁଟିଙ୍ଗିଆ ଗ୍ରାମରେ ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି। ସାରଙ୍ଗଗଡ ପୋଲିସ ମଙ୍ଗଳବାର ମାଟିତଳୁ ଶିଶୁର ମୃତଦେହ ବାହାର କରି ହତ୍ୟାକରୀ ମା’ଙ୍କୁ ଗିରଫ କରିଛି। ସେ ହେଲେ ଗୁଟିଙ୍ଗିଆ ଗ୍ରାମର ରାକେଶ ଦଣ୍ଡିଆଙ୍କ ସ୍ତ୍ରୀ ପଦ୍ମିନୀ। ତାଙ୍କର ମାନସିକ ସ୍ଥିତି ଠିକ୍‌ ନଥିଲା ବୋଲି ପ୍ରାଥମିକ ତଦନ୍ତ ପରେ ପୋଲିସ କହିଛି।
ଗୁଟିଙ୍ଗିଆ ଗ୍ରାମର ରାକେଶ ଦଣ୍ଡିଆ ୫ ବର୍ଷ ପୂର୍ବେ ସେହି ଗାଁର ପଦ୍ମିନୀ ଦଣ୍ଡିଆଙ୍କୁ ବିବାହ କରିଥିଲେ। ସେମାନଙ୍କ ଏକ ଶିଶୁକନ୍ୟା ଜନ୍ମ ହୋଇଥିଲା। ଝିଅ ସୁରେଖା ସହ ଦମ୍ପତିଙ୍କ ସଂସାର ବେଶ ଖୁସିରେ ଚାଲିଥିଲା। ପରେ କୌଣସି କାରଣରୁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିପାଇଁ ପଦ୍ମିନୀ ସ୍ବାମୀଙ୍କୁ ଛାଡ଼ି ୪ ବର୍ଷ ହେବ ଝିଅ ସହିତ ଅଲଗା ରହୁଥିଲେ। ଗତ ଶନିବାର କୌଣସି କାରଣରୁ ପଦ୍ମିନୀ ସୁରେଖାଙ୍କୁ ହତ୍ୟା କରି ଗାଁ ନିକଟସ୍ଥ ବାଡ୍ରିମୁଣ୍ଡା ଜଙ୍ଗଲରେ ପୋତିଦେଇଥିଲେ। ଶନିବାର ନିଜ ନାତୁଣୀ ନିଖୋଜ ହୋଇଥିବା ନେଇ ଅଜା ବିପିନି ବେହେରା ସାରଙ୍ଗଗଡ଼ ଥାନାରେ ଏତଲା ଦେଇଥିଲେ। ପୋଲିସ ଖୋଜାଖୋଜି ଚଳାଇଥିବାବେଳେ ଶିଶୁକନ୍ୟାଙ୍କୁ ମାରି ପୋତାଯାଇଥିବା କୌଣସି ସୂତ୍ରରୁ ଖବରପାଇଥିଲା। ଏହାପରେ ପୋଲିସ ମଙ୍ଗଳବାର ବାଡ୍ରିମୁଣ୍ଡା ଜଙ୍ଗଲରୁ ମାଟିତଳୁ ସୁରେଖାଙ୍କ ମୃତଦେହ ବାହାର କରି ବ୍ୟବଚ୍ଛେଦ ପାଇଁ ପଠେଇଛି। ଏ ନେଇ ପୋଲିସ ନଂ. ୧୨୬/୨୩ରେ ମାମଲା ରୁଜୁ କରିଛି। ଘଟଣାସ୍ଥଳକୁ ସାଇଣ୍ଟିଫିକ ଟିମ୍‌ ଯାଇ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri