୬ ଦିନର ଝିଅକୁ ହତ୍ୟା କଲେ ମା’

ଭୋଗରାଇ, ୧୯।୩(ଡ଼ି.ଏନ.ଏ.): ଆଗରୁ ଝିଅଟିଏ ଥିଲା। ପୁଣି ଗୋଟିଏ ଝିଅ ହେବାରୁ ମା’ ମନରେ ସୃଷ୍ଟି ହୋଇଥିଲା ବିତୃଷ୍ଣା। ପରିବାର ଲୋକେ ତାଙ୍କୁ ସାନ୍ତ୍ୱନା ଦେବା ପରିବର୍ତ୍ତେ ଭାରାକ୍ରାନ୍ତ କରିବାରୁ ସେ ଅତିଷ୍ଠ ହୋଇପଡ଼ିଥିଲେ। ଶେଷରେ ସେ ସାନଝିଅକୁ ଜୀବନରୁ ହଟାଇବାକୁ ମନେ ମନେ ସ୍ଥିର କରିଥିଲେ। ଦିନେ ଘରେ କେହି ନ ଥିବା ବେଳେ ମା’ ନିଜ ୬ ଦିନର ଝିଅର ତଣ୍ଟିଚିପି ହତ୍ୟା କରି ପୋଖରୀରେ ଫିଙ୍ଗି ଦେଇଥିଲେ। ଝିଅକୁ କୁକୁର ଝୁଣି ଖାଇଗଲା ବୋଲି ବାହାନା କରିଥିଲେ। ପୋଖରୀରେ ମୃତଦେହ ଭାସୁଥିବା ଦେଖି ପଡ଼ୋଶୀମାନେ ଉଦ୍ଧାର କରିବା ସହ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପୋଲିସର ସନ୍ଦେହ ହେବାରୁ ଘଟଣା ପଦାକୁ ଆସିଛି। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦା ଥାନା ଅଧୀନ ସିଅଁାରୋଇ ଗ୍ରାମରେ ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।
ସିଅଁାରୋଇ ଗ୍ରାମର ବଳରାମ ପାତ୍ର ଓ ସ୍ତ୍ରୀ ବନ୍ଦନାଙ୍କ ପୂର୍ବରୁ ୩ ବର୍ଷର କନ୍ୟା ସନ୍ତାନ ଥିଲେ। ପୁଅ ଆଶାରେ ବନ୍ଦନା ପୁଣି ଗର୍ଭବତୀ ହୋଇଥିଲେ। ପୁନର୍ବାର ତାଙ୍କର ଏକ ଶିଶୁକନ୍ୟା ହେବାରୁ ସେ ମାନସିକ ଭାରସାମ୍ୟ ହରାଇଥିଲେ। ଦୁଇ ଝିଅଙ୍କୁ ଲାଳନ ପାଳନ କରି ବଡ଼ କରିବା ପାଇଁ ତାଙ୍କପକ୍ଷେ କଷ୍ଟକର ଥିବା ବେଳେ ପରିବାର ଲୋକେ ଅସନ୍ତୋଷ ପ୍ରକାଶ କରିଥିଲେ। ଗତ ୬ ତାରିଖ ରାତିରେ ପରିବାର ଲୋକେ ଭୋଜି ଖାଇବା ପାଇଁ ପଡ଼ୋଶୀ ଘରକୁ ଯାଇଥିବା ବେଳେ ଏହି ସୁଯୋଗରେ ମା’ ୬ ଦିନର ଶିଶୁକନ୍ୟାକୁ ଘରେ ତଣ୍ଟି ଚିପି ହତ୍ୟା କରିବା ପରେ ପୋଖରୀରେ ଫିଙ୍ଗି ଦେଇଥିଲେ। ବ୍ୟବଚ୍ଛେଦ ରିପୋର୍ଟରୁ ହତ୍ୟା ସୂଚନା ମିଳିବା ପରେ ପୋଲିସ ନିଜ ଆଡୁ ମାମଲା ରୁଜୁ କରିଥିଲା। ତଦନ୍ତ ପରେ ଶିଶୁକନ୍ୟା ମୃତ୍ୟୁ ଘଟଣାର ରହସ୍ୟ ଉନ୍ମୋଚନ ହେବା ସହ ପୋଲିସ ମା’ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏ ସଂକ୍ରାନ୍ତରେ କମର୍ଦ୍ଦା ଥାନାରେ ଏକ ମାମଲା(ନଂ.୩୦/୨୩) ରୁଜୁ ହୋଇଛି। କୋର୍ଟରେ ତାଙ୍କର ଜାମିନ ନାମଞ୍ଜୁର ହେବାରୁ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri