ପ୍ରେମିକ ପାଇଁ ଶିଶୁପୁତ୍ରକୁ ହତ୍ୟାକରି ପୋତିଦେଲେ ମା’

ପଟ୍ଟାମୁଣ୍ଡାଇ,୩ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତଗର୍ତ ଦିହୁଡିପୁର ପଞ୍ଚାୟତ ମାଟିଆପଡ଼ା ଗାଁ ରେ ଘଟିଛି ଏକ ହୃଦୟ ବିଦାରକ ଘଟଣା। ପ୍ରେମରେ ପାଗିଳୀ ହୋଇ ମା’ ପ୍ରେମିକ ସହ ମିଶି ରାସ୍ତାର କଣ୍ଟା ସାଜିଥିବା ୩ ବର୍ଷର ପୁଅକୁ ସବୁଦିନ ପାଇଁ ହଟାଇବା ପାଇଁ ନିଷ୍ପତ୍ତି ନେଇଥିଲେ। ଶେଷରେ ବାତ୍ସଲ୍ୟ ମମତା ଭୁଲିଯାଇ ମହିଳା ଜଣକ ପ୍ରେମିକ ସହ ମିଶି ପୁଅକୁ ହତ୍ୟାକରି ପୋତିଦେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।
ସୂଚନା ଅନୁଯାୟୀ, ଦୁହିଡ଼ିପୁର ଗାଁର ସସ୍ମିତା ନାଥ ମାଟିଆପନା ଗାଁର ସୁକାନ୍ତ ନାଥଙ୍କୁ ଗତ ୭ ବର୍ଷ ତଳେ ପ୍ରେମ ବିବାହ କରିଥିଲେ। ସେମାନଙ୍କର ୩ଟି ପିଲା ଥିବାବେଳେ ସୁକାନ୍ତ ବିଦେଶରେ କାମ କରନ୍ତି। ସୁକାନ୍ତ ବିଦେଶ ନ ଯିବା ପୂର୍ବରୁ ମୁମ୍ବାଇରେ କାମକଲା ବେଳେ ସସ୍ମିତାଙ୍କୁ ନେଇ ରଖୁଥିଲେ। ସେଠାରେ ପଡ଼ୋଶୀ ଭାବେ ଗୁପ୍ତିରା ଗଁାର ଲକ୍ଷ୍ମୀଧର ବାଇ ରହୁଥିଲେ। ସେଠାରେ ଲକ୍ଷ୍ମୀଧରଙ୍କ ସହ ସସ୍ମିତାଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ପରେ ସୁକାନ୍ତ ମୁମ୍ବାଇରୁ ନିଜ ଘରକୁ ଫେରି ଦେଶ ବାହାରକୁ କାମ କରିବାକୁ ଯାଇଥିଲେ। ପିଲାଙ୍କୁ ଭଲ ପାଠ ପଢ଼ାଇବା ଲାଗି ସସ୍ମିତା ପଟ୍ଟାମୁଣ୍ଡାଇରେ ଭଡ଼ାଘର ନେଇ ରହୁଥିଲେ। ସ୍ବାମୀଙ୍କ ଅନୁପସ୍ଥିତିରେ ପୁରୁଣା ପ୍ରେମିକ ଲକ୍ଷ୍ମୀଧର ସେଠାକୁ ଯିବା ଆସିବା କରୁଥିଲେ। ତେବେ ସସ୍ମିତା ଓ ଲକ୍ଷ୍ମୀଧର ଉଭୟେ ଘର ଓ ପରିବାର ଛାଡ଼ି ବିବାହ କରି ଅନ୍ୟତ୍ର ରହିବେ ବୋଲି ନିଷ୍ପତ୍ତି ନେଇଥିଲେ। ସସ୍ମିତା ତାଙ୍କ ବଡ଼ପୁଅ ଓ ଝିଅକୁ ବାପ ଘରେ ଛାଡ଼ି ପ୍ରେମ ପାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ସସ୍ମିତାଙ୍କ ପ୍ରେମରେ କଣ୍ଟା ସାଜିଥିଲା ୩ବର୍ଷର ସାନପୁଅ। ଏହାକୁ ନେଇ ବିଭିନ୍ନ ସମୟରେ ସସ୍ମିତା ଓ ଲକ୍ଷ୍ମୀଧରଙ୍କ ମଧ୍ୟରେ କଳହ ଲାଗି ରହୁଥିଲା। ଶେଷରେ ସାନପୁଅକୁ ହଟାଇବାକୁ ଉଭୟେ ପ୍ରେମୀ ଯୁଗଳ ନିଷ୍ପତ୍ତି ନେଇଥିଲେ। ନାଟକୀୟ ଢଙ୍ଗରେ ପୁଅକୁ ହତ୍ୟାକରି ଛାତ ଉପରୁ ପଡ଼ି ଯାଇଥିବା କହି ସସ୍ମିତା ମୃତ ଶିଶୁପୁତ୍ରକୁ ପଟ୍ଟାମୁଣ୍ଡାଇ ଡାକ୍ତରଖାନା ଆଣିଥିଲେ। ସେଠାରେ ଡାକ୍ତର ଶିଶୁପୁତ୍ରକୁ ମୃତ ଘୋଷଣା କରିବା ପରେ କାହାକୁ କିଛି ନ ଜଣାଇ ନେଇ ପୋତିଦେଇଥିଲେ। ତେବେ ରବିବାର ଲକ୍ଷ୍ମୀଧର ସସ୍ମିତାଙ୍କ ବାପଘରକୁ ଯାଇଥିଲେ। ସସ୍ମିତାଙ୍କ ବଡ଼ପୁଅ ଓ ଝିଅ ଲକ୍ଷ୍ମୀଧରଙ୍କୁ ଚିହ୍ନିବା ସହ ମା’ର ପ୍ରେମ କାହାଣୀ ମାମୁଘରେ କହିଥିଲେ। ଏହାପରେ ଗ୍ରାମବାସୀ ଲକ୍ଷ୍ମୀଧରଙ୍କୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିବା ସହ ସସ୍ମିତା ଓ ଲକ୍ଷ୍ମୀଧରଙ୍କୁ ଅଟକ ରଖି ପଚରାଉଚରା କରିଥିଲା। ପରେ ଉଭୟେ ସାନପୁଅକୁ ମାରିଦେଇଥିବା କଥା ପୋଲିସ ଜାଣିବାକୁ ପାଇଥିଲା। ସୋମବାର ପଟ୍ଟାମୁଣ୍ଡାଇ ପୋଲିସ ସ୍ଥାନୀୟ ମାଜିଷ୍ଟ୍ରେଟଙ୍କ ଆଗରେ ଅଭିଯୁକ୍ତଙ୍କ ବୟାନ ରେକର୍ଡ କରାଯାଇଥିଲା। ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌, ମାଜିଷ୍ଟ୍ରେଟଙ୍କ ସହ ଘଟଣାସ୍ଥଳରେ ପହଞ୍ଚତ୍ ଶିଶୁପୁତ୍ରର ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି। ଏ ନେଇ ଥାନାରେ ନଂ. ୪୮୬/୨୨ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri