ପ୍ରେମିକ ପାଇଁ ଶିଶୁପୁତ୍ରକୁ ହତ୍ୟାକରି ପୋତିଦେଲେ ମା’

ପଟ୍ଟାମୁଣ୍ଡାଇ,୩ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତଗର୍ତ ଦିହୁଡିପୁର ପଞ୍ଚାୟତ ମାଟିଆପଡ଼ା ଗାଁ ରେ ଘଟିଛି ଏକ ହୃଦୟ ବିଦାରକ ଘଟଣା। ପ୍ରେମରେ ପାଗିଳୀ ହୋଇ ମା’ ପ୍ରେମିକ ସହ ମିଶି ରାସ୍ତାର କଣ୍ଟା ସାଜିଥିବା ୩ ବର୍ଷର ପୁଅକୁ ସବୁଦିନ ପାଇଁ ହଟାଇବା ପାଇଁ ନିଷ୍ପତ୍ତି ନେଇଥିଲେ। ଶେଷରେ ବାତ୍ସଲ୍ୟ ମମତା ଭୁଲିଯାଇ ମହିଳା ଜଣକ ପ୍ରେମିକ ସହ ମିଶି ପୁଅକୁ ହତ୍ୟାକରି ପୋତିଦେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।
ସୂଚନା ଅନୁଯାୟୀ, ଦୁହିଡ଼ିପୁର ଗାଁର ସସ୍ମିତା ନାଥ ମାଟିଆପନା ଗାଁର ସୁକାନ୍ତ ନାଥଙ୍କୁ ଗତ ୭ ବର୍ଷ ତଳେ ପ୍ରେମ ବିବାହ କରିଥିଲେ। ସେମାନଙ୍କର ୩ଟି ପିଲା ଥିବାବେଳେ ସୁକାନ୍ତ ବିଦେଶରେ କାମ କରନ୍ତି। ସୁକାନ୍ତ ବିଦେଶ ନ ଯିବା ପୂର୍ବରୁ ମୁମ୍ବାଇରେ କାମକଲା ବେଳେ ସସ୍ମିତାଙ୍କୁ ନେଇ ରଖୁଥିଲେ। ସେଠାରେ ପଡ଼ୋଶୀ ଭାବେ ଗୁପ୍ତିରା ଗଁାର ଲକ୍ଷ୍ମୀଧର ବାଇ ରହୁଥିଲେ। ସେଠାରେ ଲକ୍ଷ୍ମୀଧରଙ୍କ ସହ ସସ୍ମିତାଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ପରେ ସୁକାନ୍ତ ମୁମ୍ବାଇରୁ ନିଜ ଘରକୁ ଫେରି ଦେଶ ବାହାରକୁ କାମ କରିବାକୁ ଯାଇଥିଲେ। ପିଲାଙ୍କୁ ଭଲ ପାଠ ପଢ଼ାଇବା ଲାଗି ସସ୍ମିତା ପଟ୍ଟାମୁଣ୍ଡାଇରେ ଭଡ଼ାଘର ନେଇ ରହୁଥିଲେ। ସ୍ବାମୀଙ୍କ ଅନୁପସ୍ଥିତିରେ ପୁରୁଣା ପ୍ରେମିକ ଲକ୍ଷ୍ମୀଧର ସେଠାକୁ ଯିବା ଆସିବା କରୁଥିଲେ। ତେବେ ସସ୍ମିତା ଓ ଲକ୍ଷ୍ମୀଧର ଉଭୟେ ଘର ଓ ପରିବାର ଛାଡ଼ି ବିବାହ କରି ଅନ୍ୟତ୍ର ରହିବେ ବୋଲି ନିଷ୍ପତ୍ତି ନେଇଥିଲେ। ସସ୍ମିତା ତାଙ୍କ ବଡ଼ପୁଅ ଓ ଝିଅକୁ ବାପ ଘରେ ଛାଡ଼ି ପ୍ରେମ ପାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ସସ୍ମିତାଙ୍କ ପ୍ରେମରେ କଣ୍ଟା ସାଜିଥିଲା ୩ବର୍ଷର ସାନପୁଅ। ଏହାକୁ ନେଇ ବିଭିନ୍ନ ସମୟରେ ସସ୍ମିତା ଓ ଲକ୍ଷ୍ମୀଧରଙ୍କ ମଧ୍ୟରେ କଳହ ଲାଗି ରହୁଥିଲା। ଶେଷରେ ସାନପୁଅକୁ ହଟାଇବାକୁ ଉଭୟେ ପ୍ରେମୀ ଯୁଗଳ ନିଷ୍ପତ୍ତି ନେଇଥିଲେ। ନାଟକୀୟ ଢଙ୍ଗରେ ପୁଅକୁ ହତ୍ୟାକରି ଛାତ ଉପରୁ ପଡ଼ି ଯାଇଥିବା କହି ସସ୍ମିତା ମୃତ ଶିଶୁପୁତ୍ରକୁ ପଟ୍ଟାମୁଣ୍ଡାଇ ଡାକ୍ତରଖାନା ଆଣିଥିଲେ। ସେଠାରେ ଡାକ୍ତର ଶିଶୁପୁତ୍ରକୁ ମୃତ ଘୋଷଣା କରିବା ପରେ କାହାକୁ କିଛି ନ ଜଣାଇ ନେଇ ପୋତିଦେଇଥିଲେ। ତେବେ ରବିବାର ଲକ୍ଷ୍ମୀଧର ସସ୍ମିତାଙ୍କ ବାପଘରକୁ ଯାଇଥିଲେ। ସସ୍ମିତାଙ୍କ ବଡ଼ପୁଅ ଓ ଝିଅ ଲକ୍ଷ୍ମୀଧରଙ୍କୁ ଚିହ୍ନିବା ସହ ମା’ର ପ୍ରେମ କାହାଣୀ ମାମୁଘରେ କହିଥିଲେ। ଏହାପରେ ଗ୍ରାମବାସୀ ଲକ୍ଷ୍ମୀଧରଙ୍କୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିବା ସହ ସସ୍ମିତା ଓ ଲକ୍ଷ୍ମୀଧରଙ୍କୁ ଅଟକ ରଖି ପଚରାଉଚରା କରିଥିଲା। ପରେ ଉଭୟେ ସାନପୁଅକୁ ମାରିଦେଇଥିବା କଥା ପୋଲିସ ଜାଣିବାକୁ ପାଇଥିଲା। ସୋମବାର ପଟ୍ଟାମୁଣ୍ଡାଇ ପୋଲିସ ସ୍ଥାନୀୟ ମାଜିଷ୍ଟ୍ରେଟଙ୍କ ଆଗରେ ଅଭିଯୁକ୍ତଙ୍କ ବୟାନ ରେକର୍ଡ କରାଯାଇଥିଲା। ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌, ମାଜିଷ୍ଟ୍ରେଟଙ୍କ ସହ ଘଟଣାସ୍ଥଳରେ ପହଞ୍ଚତ୍ ଶିଶୁପୁତ୍ରର ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି। ଏ ନେଇ ଥାନାରେ ନଂ. ୪୮୬/୨୨ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୭ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri