Posted inଜାତୀୟ

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି ହତ୍ୟା କରାଯାଇଥିବା ମାମଲାରେ ପୋଲିସ ଶିଶୁଙ୍କ ମା’ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଶିଶୁମାନେ ନିଜ ସମ୍ପର୍କରେ ବାଧା ବୋଲି ଭାବି ଏଭଳି ଷଡ଼ଯନ୍ତ୍ର କରିଥିବା ଅଭିଯୋଗ ହୋଇଛି।

ଅଗଷ୍ଟ ୩୦ ତାରିଖରେ ବାଣିୟମ୍ବାଡି ନିକଟ ଆଲଙ୍ଗାୟମ ପଞ୍ଚାୟତର ପେଟ୍ଟୁର ଅଞ୍ଚଳରେ ଥିବା ଏକ କୂଅରେ ଦୁଇ ଶିଶୁଙ୍କ ମୃତଦେହ ପଡ଼ିଥିବା ନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି କୂଅରୁ ଦୁଇ ଶିଶୁଙ୍କ ମୃତଦେହ ଉଦ୍ଧାର କରିଥିଲେ। ପରେ ମୃତଦେହଗୁଡ଼ିକୁ ଭେଲୋର ସରକାରୀ ମେଡିକାଲ କଲେଜ ହସ୍ପିଟାଲକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଥିଲା।ଘଟଣାରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ପ୍ରାୟ ୬ ଦିନ ପରେ ତିରୁଭନ୍ନାମଲାଇ ଜିଲାର ଜମୁନା ମରଥୁର ଅଞ୍ଚଳର ୨୫ ବର୍ଷୀୟ ମୃତ ଶିଶୁଙ୍କ ମା’ଙ୍କୁ ପୋଲିସ ଗିରଫ କରିଥିଲା।ପଚରାଉଚରା ସମୟରେ ସେ ନିଜ ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗିଥିବା ପୋଲିସ ସମ୍ମୁଖରେ ସ୍ୱୀକାର କରିଥିବା ତଦନ୍ତକାରୀମାନେ କହିଛନ୍ତି।

ପୋଲିସ ସୂଚନା ଅନୁସାରେ, ମହିଳାଙ୍କ ସ୍ୱାମୀ ପ୍ରାୟ ଏକ ବର୍ଷ ପୂର୍ବରୁ ଆନ୍ଧ୍ରପ୍ରଦେଶରେ ଲାଲ୍ ଚନ୍ଦନ ଚୋରାଚାଲାଣ ମାମଲାରେ ଗିରଫ ହୋଇଥିଲେ ଏବଂ ବର୍ତ୍ତମାନ ଜେଲ୍‌ରେ ଅଛନ୍ତି। ଏହି ସମୟରେ ମହିଳାଙ୍କର ଆଥିପଟ୍ଟୁ ଗାଁର ଜଣେ ବିବାହିତ ଡ୍ରାଇଭରଙ୍କ ସହ ସମ୍ପର୍କ ଗଢ଼ିଉଠିଥିବା ପୋଲିସ ତଦନ୍ତରେ ଜଣାପଡ଼ିଥିବା କୁହାଯାଇଛି। ଡ୍ରାଇଭରଙ୍କର ମଧ୍ୟ ତିନିଜଣ ସନ୍ତାନ ଥିବା ପୋଲିସ କହିଛି । ତଦନ୍ତ ଅନୁସାରେ, ଦୁଇଜଣ ନିଜ ସମ୍ପର୍କରେ ଶିଶୁମାନେ ବାଧା ସୃଷ୍ଟି କରୁଥିବା ଭାବି ସେମାନଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?