Posted inଜାତୀୟ

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି ହତ୍ୟା କରାଯାଇଥିବା ମାମଲାରେ ପୋଲିସ ଶିଶୁଙ୍କ ମା’ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଶିଶୁମାନେ ନିଜ ସମ୍ପର୍କରେ ବାଧା ବୋଲି ଭାବି ଏଭଳି ଷଡ଼ଯନ୍ତ୍ର କରିଥିବା ଅଭିଯୋଗ ହୋଇଛି।

ଅଗଷ୍ଟ ୩୦ ତାରିଖରେ ବାଣିୟମ୍ବାଡି ନିକଟ ଆଲଙ୍ଗାୟମ ପଞ୍ଚାୟତର ପେଟ୍ଟୁର ଅଞ୍ଚଳରେ ଥିବା ଏକ କୂଅରେ ଦୁଇ ଶିଶୁଙ୍କ ମୃତଦେହ ପଡ଼ିଥିବା ନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି କୂଅରୁ ଦୁଇ ଶିଶୁଙ୍କ ମୃତଦେହ ଉଦ୍ଧାର କରିଥିଲେ। ପରେ ମୃତଦେହଗୁଡ଼ିକୁ ଭେଲୋର ସରକାରୀ ମେଡିକାଲ କଲେଜ ହସ୍ପିଟାଲକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଥିଲା।ଘଟଣାରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ପ୍ରାୟ ୬ ଦିନ ପରେ ତିରୁଭନ୍ନାମଲାଇ ଜିଲାର ଜମୁନା ମରଥୁର ଅଞ୍ଚଳର ୨୫ ବର୍ଷୀୟ ମୃତ ଶିଶୁଙ୍କ ମା’ଙ୍କୁ ପୋଲିସ ଗିରଫ କରିଥିଲା।ପଚରାଉଚରା ସମୟରେ ସେ ନିଜ ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗିଥିବା ପୋଲିସ ସମ୍ମୁଖରେ ସ୍ୱୀକାର କରିଥିବା ତଦନ୍ତକାରୀମାନେ କହିଛନ୍ତି।

ପୋଲିସ ସୂଚନା ଅନୁସାରେ, ମହିଳାଙ୍କ ସ୍ୱାମୀ ପ୍ରାୟ ଏକ ବର୍ଷ ପୂର୍ବରୁ ଆନ୍ଧ୍ରପ୍ରଦେଶରେ ଲାଲ୍ ଚନ୍ଦନ ଚୋରାଚାଲାଣ ମାମଲାରେ ଗିରଫ ହୋଇଥିଲେ ଏବଂ ବର୍ତ୍ତମାନ ଜେଲ୍‌ରେ ଅଛନ୍ତି। ଏହି ସମୟରେ ମହିଳାଙ୍କର ଆଥିପଟ୍ଟୁ ଗାଁର ଜଣେ ବିବାହିତ ଡ୍ରାଇଭରଙ୍କ ସହ ସମ୍ପର୍କ ଗଢ଼ିଉଠିଥିବା ପୋଲିସ ତଦନ୍ତରେ ଜଣାପଡ଼ିଥିବା କୁହାଯାଇଛି। ଡ୍ରାଇଭରଙ୍କର ମଧ୍ୟ ତିନିଜଣ ସନ୍ତାନ ଥିବା ପୋଲିସ କହିଛି । ତଦନ୍ତ ଅନୁସାରେ, ଦୁଇଜଣ ନିଜ ସମ୍ପର୍କରେ ଶିଶୁମାନେ ବାଧା ସୃଷ୍ଟି କରୁଥିବା ଭାବି ସେମାନଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ରାହୁଙ୍କ ସବୁଠାରୁ ବଡ଼ ଗୋଚର; ୩ ରାଶିଙ୍କୁ ବମ୍ପର ଲାଭ, ଚମକି ଉଠିବ ଭାଗ୍ୟ

ଡିସେମ୍ୱର ୨୦୨୬ରେ ରାହୁ କୁମ୍ଭ ରାଶିରୁ ମକର ରାଶିକୁ ଚଳନ କରିବେ, ଯାହା ଫଳରେ କିଛି ରାଶିର ବ୍ୟକ୍ତିବିଶେଷଙ୍କୁ ପ୍ରଚୁର ଲାଭ ମିଳିବାର ଯୋଗ ରହିଛି। ବୈଦିକ…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri