ଦୁଇ ମାସର ପୁଅକୁ ମାରିଦେଲେ ମା’

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ, ୪।୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ କାନପୁର ଗଁାରେ ରବିବାର ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଘରୋଇ କଳିରୁ ୨ ମାସର ଶିଶୁପୁତ୍ରକୁ ମା’ ମାରି ଏକ ଅବ୍ୟବହୃତ କୂଅରେ ପକାଇ ଦେଇଛନ୍ତି। ଖବରପାଇ ସୋମବାର ସକାଳେ ପୋଲିସ ପହଞ୍ଚତ୍ ଅଗ୍ନିଶମବାହିନୀ ସହାୟତାରେ ଶିଶୁର ମୃତଦେହକୁ ପଥର ବନ୍ଧା ଅବସ୍ଥାରେ କୂଅରୁ ବାହାର କରିଛି। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ମା’ ଓ ବାପାଙ୍କୁ ଥାନାରେ ପୋଲିସ ଅଟକ ରଖି ପଚରାଉଚରା ଚଳାଇଛି।
କାନପୁର ଗଁାର ସତ୍ୟରଞ୍ଜନ ପରିଡା ପାଟକୁରା ଥାନା ମାଣିକପୁର ଗଁାର ଲକ୍ଷ୍ମୀପ୍ରିୟାଙ୍କୁ ଦୁଇବର୍ଷ ପୂର୍ବେ ପ୍ରେମ ବିବାହ କରିଥିଲେ। ଏଥିମଧ୍ୟରେ ଆର୍ଥିକ ପରିସ୍ଥିତିକୁ ନେଇ ଦମ୍ପତିଙ୍କର ବହୁ ସମୟରେ କଳି ହେଉଥିଲା। ଦୁଇମାସ ପୂର୍ବେ ତାଙ୍କର ଏକ ଶିଶୁପୁତ୍ର ଜନ୍ମ ହୋଇଥିଲା। ଦୁଇଦିନ ତଳେ ଘରୋଇ କଳିକୁ ନେଇ ଲକ୍ଷ୍ମୀପ୍ରିୟା ବାପଘରକୁ ଚାଲି ଯାଇଥିଲେ। ତେବେ ଲକ୍ଷ୍ମୀପ୍ରିୟାଙ୍କ ଭାଇ କଳି ସମାଧାନ କରି ତାଙ୍କୁ ଶ୍ୱଶୁର ଘରେ ଛାଡି ଦେଇ ଯାଇଥିଲେ। ରବିବାର ରାତି ପ୍ରାୟ ୨ଟାରେ ଲକ୍ଷ୍ମୀପ୍ରିୟା ପୁଅ ନ ଥିବା କହି ଚିତ୍କାର କରିଥିଲେ। ପରେ ଗ୍ରାମବାସୀ ଘଟଣାସ୍ଥଳକୁ ଆସି ଖୋଜାଖୋଜି ପରେ ମଧ୍ୟ ପୁଅର ପତ୍ତା ପାଇ ନ ଥିଲେ। ସତ୍ୟରଞ୍ଜନ ଏ ସମ୍ପର୍କରେ ଖୋଳତାଡ କରିବାରୁ ଲକ୍ଷ୍ମୀପ୍ରିୟା ସତ ମାନି ଯାଇଥିଲେ। ସେ ଶିଶୁପୁତ୍ରକୁ ଶ୍ୱାସରୁଦ୍ଧ କରି ମାରିବା ପରେ ଘର ନିକଟସ୍ଥ ଅବ୍ୟବହୃତ କୂଅରେ ଫୋପାଡି ଥିବା କହିଥିଲେ। ଏ ନେଇ ଥାନାରେ ଦଫା ୩୦୨ରେ ନଂ. ୩/୨୨ରେ ମାମଲା ରୁଜୁ ହୋଇଛି। ଆଇଆଇସି ପି. କେ. କାନୁନ୍‌ଗୋ ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri