ଦୁଇ ମାସର ପୁଅକୁ ମାରିଦେଲେ ମା’

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ, ୪।୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ କାନପୁର ଗଁାରେ ରବିବାର ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଘରୋଇ କଳିରୁ ୨ ମାସର ଶିଶୁପୁତ୍ରକୁ ମା’ ମାରି ଏକ ଅବ୍ୟବହୃତ କୂଅରେ ପକାଇ ଦେଇଛନ୍ତି। ଖବରପାଇ ସୋମବାର ସକାଳେ ପୋଲିସ ପହଞ୍ଚତ୍ ଅଗ୍ନିଶମବାହିନୀ ସହାୟତାରେ ଶିଶୁର ମୃତଦେହକୁ ପଥର ବନ୍ଧା ଅବସ୍ଥାରେ କୂଅରୁ ବାହାର କରିଛି। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ମା’ ଓ ବାପାଙ୍କୁ ଥାନାରେ ପୋଲିସ ଅଟକ ରଖି ପଚରାଉଚରା ଚଳାଇଛି।
କାନପୁର ଗଁାର ସତ୍ୟରଞ୍ଜନ ପରିଡା ପାଟକୁରା ଥାନା ମାଣିକପୁର ଗଁାର ଲକ୍ଷ୍ମୀପ୍ରିୟାଙ୍କୁ ଦୁଇବର୍ଷ ପୂର୍ବେ ପ୍ରେମ ବିବାହ କରିଥିଲେ। ଏଥିମଧ୍ୟରେ ଆର୍ଥିକ ପରିସ୍ଥିତିକୁ ନେଇ ଦମ୍ପତିଙ୍କର ବହୁ ସମୟରେ କଳି ହେଉଥିଲା। ଦୁଇମାସ ପୂର୍ବେ ତାଙ୍କର ଏକ ଶିଶୁପୁତ୍ର ଜନ୍ମ ହୋଇଥିଲା। ଦୁଇଦିନ ତଳେ ଘରୋଇ କଳିକୁ ନେଇ ଲକ୍ଷ୍ମୀପ୍ରିୟା ବାପଘରକୁ ଚାଲି ଯାଇଥିଲେ। ତେବେ ଲକ୍ଷ୍ମୀପ୍ରିୟାଙ୍କ ଭାଇ କଳି ସମାଧାନ କରି ତାଙ୍କୁ ଶ୍ୱଶୁର ଘରେ ଛାଡି ଦେଇ ଯାଇଥିଲେ। ରବିବାର ରାତି ପ୍ରାୟ ୨ଟାରେ ଲକ୍ଷ୍ମୀପ୍ରିୟା ପୁଅ ନ ଥିବା କହି ଚିତ୍କାର କରିଥିଲେ। ପରେ ଗ୍ରାମବାସୀ ଘଟଣାସ୍ଥଳକୁ ଆସି ଖୋଜାଖୋଜି ପରେ ମଧ୍ୟ ପୁଅର ପତ୍ତା ପାଇ ନ ଥିଲେ। ସତ୍ୟରଞ୍ଜନ ଏ ସମ୍ପର୍କରେ ଖୋଳତାଡ କରିବାରୁ ଲକ୍ଷ୍ମୀପ୍ରିୟା ସତ ମାନି ଯାଇଥିଲେ। ସେ ଶିଶୁପୁତ୍ରକୁ ଶ୍ୱାସରୁଦ୍ଧ କରି ମାରିବା ପରେ ଘର ନିକଟସ୍ଥ ଅବ୍ୟବହୃତ କୂଅରେ ଫୋପାଡି ଥିବା କହିଥିଲେ। ଏ ନେଇ ଥାନାରେ ଦଫା ୩୦୨ରେ ନଂ. ୩/୨୨ରେ ମାମଲା ରୁଜୁ ହୋଇଛି। ଆଇଆଇସି ପି. କେ. କାନୁନ୍‌ଗୋ ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri