ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ରାମଚନ୍ଦ୍ର ବିଷୋୟୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ।  ପ୍ରଧାନାଚାର୍ଯ୍ୟ ଭଗବତୀ ପ୍ରସାଦ ମିଶ୍ର, ମାତୃଭାଷା ପ୍ରମୁଖ ଆଚାର୍ଯ୍ୟ ପ୍ରମୋଦ ଶେଖର ଡାକୁଆ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ।ଆଚାର୍ଯ୍ୟ ବାବୁଲା ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅନ୍ୟତମ ଆଚାର୍ଯ୍ୟ ସୁଶାନ୍ତ କୁମାର ବେହେରା  ମାତୃଭାଷା ଦିବସ ପାଳନ ର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଛାତ୍ରୀଛାତ୍ରମାନଙ୍କୁ ଉଦବୋଧନ ଦେଇଥିଲେ। ପ୍ରମୁଖ ମଞ୍ଚାସୀନଥିଲେ। ଅତିଥି ପରିଚୟ । ଛାତ୍ରୀଛାତ୍ର ବୃନ୍ଦ ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ କରିଥିଲେ। ପୂର୍ବରୁ ଅନୁଷ୍ଠିତ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଆଚାର୍ଯ୍ୟା ପ୍ରଗତି ପଣ୍ଡାଙ୍କ ସଂଯୋଜନାରେ ଆୟୋଜିତ କାର୍ଯକ୍ରମରେ ଅନ୍ୟାନ୍ୟ ଆଚାର୍ଯ୍ୟା ଆଚାର୍ଯ୍ୟ ବୃନ୍ଦ ଉପସ୍ଥିତ ରହି ସମସ୍ତ ପ୍ରକାର ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Share