ସରିଲା ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ: କମାଲ କଲେ ପୋଲିସ କର୍ମଚାରୀ

ଭବାନୀପାଟଣା,୪ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ଗୁରୁବାର ବିଜୟା ଦଶମୀ ଅବସରରେ ସ୍ଥାନୀୟ ନକଟିଗୁଡାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ସ୍ବତନ୍ତ୍ରତା ରହିଛି। ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ। ବିଜୟ ଯାତ୍ରା ବା ରାଜ୍ୟ ଜୟର ପ୍ରତୀକ ଭାବେ ଏହି ପର୍ବ ପାଳନ କରାଯାଏ। ଏହି ଅବସରରେ ଅପରାହ୍ନରେ ଛତ୍ର ବାହକ ମାଣିକେଶ୍ୱରୀଙ୍କ ବିଜୟ ପ୍ରତିମା ଛତରକୁ ଧରି ବାହୁକ, ମୁଣ୍ଡଛିନା, ସେବାୟତ ସହ ଜେନାବାଦ୍ୟ, ଘୁମୁରା ଓ ଘଣ୍ଟ ଘଣ୍ଟାର ତାଳେ ତାଳେ ମନ୍ଦିରରୁ ବାହାରି ପଶ୍ଚିମ ଉପକଣ୍ଠରେ ଥିବା ନକଟିଗୁଡା ଲାଖମରା ପଡିଆକୁ ଯାଇଥିଲେ। ସେଠାରେ ଥିବା ଅସ୍ଥାୟୀ ମଣ୍ଡପରେ ଦେବୀଙ୍କ ଛତ୍ରକୁ ସ୍ଥାପନ କରାଯିବା ସହ ବିଧି ପୂର୍ବକ ପୂଜାର୍ଚ୍ଚନା ଓ ଛାଗ ବଳି ଦିଆଯାଇଥିଲା। ପରମ୍ପରା ଅନୁଯାୟୀ କଳାହାଣ୍ଡି ରାଜ ପରିବାର ସଦସ୍ୟ ଛତ୍ରକୁ ବନ୍ଦାପନା କରିବା ପରେ ଆରମ୍ଭ ହୋଇଥିଲା ଲାଖମରା ପର୍ବ। ଏକ ସୁଉଚ୍ଚ ଖମ୍ବରେ ବନ୍ଧା ଯାଇଥିବା ମାଟି ହାଣ୍ଡିରେ ନିର୍ମିତ ଦେବୀଙ୍କ ଲାଖକୁ ଲକ୍ଷ୍ୟଭେଦ ପାଇଁ ଆରମ୍ଭ ହୋଇଥିଲା ପ୍ରତିଯୋଗିତା ମାଟି ହାଣ୍ଡିରେ ମାଣିକେଶ୍ୱରୀଙ୍କ ପ୍ରସାଦ ଥାଏ। ଚଳିତବର୍ଷ ଏହି ପ୍ରତିଯୋଗିତାରେ ଅନେକ ଯୁବକ ସାମିଲ ହୋଇଥିଲେ। ସେଥିମଧ୍ୟରୁ ଭବାନୀପାଟଣା ରିଜର୍ଭର ଡିଭିଏଫ୍‌ ପୋଲିସ କର୍ମଚାରୀ ବିଶ୍ୱଜିତ ପାତ୍ର ମାଟି ହାଣ୍ଡିରେ ନିର୍ମିତ ଦେବୀଙ୍କ ଲାଖକୁ ଲକ୍ଷ୍ୟଭେଦ କରି ପାରିଥିଲେ। ପରେ ଛତରକୁ ଛତ୍ର ବାହକ ଜେନାବାଦ୍ୟ ତାଳେ ତାଳେ ମନ୍ଦିର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିଥିଲେ। ରୀତିନୀତି ଅନୁଯାୟୀ ରାଜ ପରିବାର ସଦସ୍ୟଙ୍କୁ ଅଭିଷିକ୍ତ ବ୍ରାହ୍ମଣମାନେ ଅପରାଜିତା ମନ୍ତ୍ରରେ ରାଜ୍ୟାଭିଷେକ କରାଇଥାନ୍ତି। ପରେ ମୂଳାଷ୍ଟମୀଠାରୁ ମାଣିକେଶ୍ୱରୀଙ୍କୁ ମୁଣ୍ଡବସା ପୂର୍ବରୁ ଆରମ୍ଭ ହୋଇଥିବା ଦଶହରା ପର୍ବରେ ରକ୍ତମୁଖା ହୋଇଥିବା ଦେବୀଙ୍କୁ ଶାନ୍ତ କରାଇବା ପାଇଁ ମନ୍ଦିର ଦ୍ୱାରରେ କଣ୍ଟାବାଡ ଦିଆଯାଇଥାଏ। ଆସନ୍ତା କୁମାର ପୂର୍ଣ୍ଣମୀରେ ଦେବୀଙ୍କ କଣ୍ଟାବାଡ ଫିଟା ଅନୁଷ୍ଠିତ ହେବ। ଲାଖମରା ପର୍ବକୁ ନେଇ ଶ୍ରଦ୍ଧାଳୁ ଓ ପ୍ରତିଯୋଗୀଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଥିଲା। ଏହି ପର୍ବରେ କଳାହାଣ୍ଡି ମହାରାଜ ଅନନ୍ତ ପ୍ରତାପ ଦେଓ, କୁମାର ସାହେବ ଅର୍କ କେଶରୀ ଦେଓ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri