ଦୁଇ ସନ୍ତାନଙ୍କ ସହ ମା’ ନିଖୋଜ: ସ୍ବାମୀ କହିଲେ ଲୁଚି ଲୁଚି ଗପୁଥିଲେ ଫୋନ୍‌ରେ, ପଚାରିବାରୁ…

ଦିଗପହଣ୍ଡି,୧୦ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ମହିଳା ତାଙ୍କ ଦୁଇ ସନ୍ତାନଙ୍କ ସହ ଗତ ରବିବାରଠାରୁ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ତାଙ୍କ ସ୍ବାମୀ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଥାନାର ଜଣେ ଏସ୍‌.ଆଇ ଘଟଣାର ତଦନ୍ତ ପାଇଁ ସମ୍ପୃକ୍ତ ଗାଁକୁ ଯାଇ ତାଙ୍କ ପରିବାର ସଦସ୍ୟଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା ପ୍ରତିବାଦରେ ଶନିବାର ଗ୍ରାମର ବହୁ ସଂଖ୍ୟକ ବ୍ୟକ୍ତି ଦିଗପହଣ୍ଡି ଥାନାରେ ପହଞ୍ଚି ଅସନ୍ତୋଷ ବ୍ୟକ୍ତ କରିଥିଲେ। ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଗ୍ରାମବାସୀଙ୍କୁ ବୁଝାଶୁଝା କରିବା ସହ ଖୁବ୍‌ଶୀଘ୍ର ଘଟଣାର ତଦନ୍ତ କରାଯିବାର ପ୍ରତିଶ୍ରୁତି ପରେ ଗ୍ରାମବାସୀ ଫେରିଥିବା ଜଣାପଡ଼ିଛି।

ସ୍ବାମୀ ଘଟଣାର ପରଦିନ ଏନେଇ ଥାନାରେ ଏତଲା ଦେଇଥିଲେ ମଧ୍ୟ ପୋଲିସ ମୋକଦ୍ଦମା ରୁଜୁ ନ କରି କେବଳ ତଦନ୍ତ କରି ଫେରିଥିଲେ। ଉତ୍ତେଜିତ ଗ୍ରାମବାସୀ ଥାନାରେ ପହଞ୍ଚି ଭାରପ୍ରାପ୍ତ ଆଇଆଇସିଙ୍କ ସହ ଆଲୋଚନା କରିବା ପରେ ଥାନା ନିଖୋଜ ମାମଲା ନଂ.୨୦/୨୫ ଅନୁଯାୟୀ ମୋକଦ୍ଦମା ରୁଜୁ କରାଯାଇଥିବା ଜଣାପଡ଼ିଛି। ଗତ ପ୍ରାୟ ୧୩ ବର୍ଷ ପୂର୍ବେ ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳର ଯୁବତୀ ଜଣକ ଦିଗପହଣ୍ଡି ଥାନା ଅଧୀନ ସମ୍ପୃକ୍ତ ଗାଁରେ ବିବାହ କରିଥିଲେ। ତାଙ୍କ ୧୩ ବର୍ଷର ପୁଅ ଏବଂ ୪ ବର୍ଷର ଏକ କନ୍ୟା ସନ୍ତାନ ଅଛନ୍ତି। ପରକୀୟା ପ୍ରୀତିକୁ ନେଇ ଗତ କିଛିବର୍ଷ ସ୍ବାମୀଙ୍କ ସହ କଳହ ଲାଗି ରହୁଥିଲା। କିଛି ଦିନ ପୂର୍ବେ ଏନେଇ ଉଭୟଙ୍କ ମଧ୍ୟରେ ବିବାଦ ଉପୁଜିବାରୁ ପୋଲିସ ହସ୍ତକ୍ଷେପ ପରେ ଘଟଣା ସମାଧାନ ହୋଇଥିଲା। ସ୍ତ୍ରୀ ଲୁଚା ଚୋରାରେ ଏକ ମୋବାଇଲ ଫୋନ୍‌ ବ୍ୟବହାର କରୁଥିବା ବେଳେ ଗତ ୩ ତାରିଖରେ ଫୋନ୍‌ଟି କାହାର ବୋଲି ସ୍ବାମୀ ସ୍ତ୍ରୀଙ୍କୁ ପଚାରିଥିଲେ। ସେ ସନ୍ତୋଷଜନକ ଉତ୍ତର ନ ଦେବାରୁ ସ୍ବାମୀ ତାଙ୍କୁ ଥାପ୍ପଡ଼ ମାରିଥିଲେ। ଘଟଣାର ପରଦିନଠାରୁ ସ୍ତ୍ରୀ ଓ ପୁଅ ଝିଅ ନିଖୋଜ ହୋଇଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଅପରପକ୍ଷରେ କିଛି ଯଥେଷ୍ଟ କାରଣ ତାଙ୍କ ଝିଅଙ୍କୁ ଶାାରୀରିକ ଓ ମାନସିକ ନିର୍ଯାତନା ଦିଆଯାଉଥିଲା ବୋଲି ନିଖୋଜ ମହିଳାଙ୍କ ମା’ ପୋଲିସକୁ କହିଛନ୍ତି। ଝିଅ ଓ ନାତୁଣୀ ନାତିଙ୍କ ନିଖୋଜ ଘଟଣାରେ ଜ୍ବାଇଁଙ୍କ ହାତ ଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

ଦଶମ ପାସ କରିଥିଲେ ଆୟକର ବିଭାଗରେ ସରକାରୀ ଚାକିରି; ଦରମା ୫୫ହଜାରୁ ଅଧିକ, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ଆୟକର ବିଭାଗ ୧୦ମ ପାସ୍ ଯୁବକମାନଙ୍କ ପାଇଁ ସରକାରୀ ଚାକିରିର ସୁଯୋଗ ଆଣିଦେଇଛି। ବିଭାଗର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ କ୍ଷେତ୍ରରେ କ୍ୟାଣ୍ଟିନ୍ ଆଟେଣ୍ଡାଣ୍ଟ (କ୍ୟାଣ୍ଟିନ୍ ପରିଚାରକ)ର ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri