Posted inଜାତୀୟ

୪ ପିଲାଙ୍କ ମା’ ସାଜୁଥିଲେ କନ୍ୟା: ଚତୁର୍ଥୀ ରାତି ପୂର୍ବରୁ ବରଘରେ ବୁଲାଉଥିଲେ କଳାକନା

ଭୋପାଳ, ୮।୮: ଦେଶରେ ଗୋଟିଏ ପଟେ କରୋନା ମହାମାରୀ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଲକ୍‌ ଡାଉନ୍‌ ଯୋଗୁ ଲୋକଙ୍କ ପାଖରେ ଟଙ୍କାର ଅଭାବ ଦେଖାଦେଇଛି। ଏପରିସ୍ଥଳେ ବିଭିନ୍ନ ଆପରାଧୀକ କାର୍ଯ୍ୟ ବୃଦ୍ଧି ପାଉଛି। ମଧ୍ୟମପ୍ରଦେଶରେ ବିବାହ ପରେ ବରଘରେ କଳାକନା ବୁଲାଇ ଫେରାର ହୋଇଯାଉଥିବା କନ୍ୟାମାନଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିଚାଲିଛି। ଏଭଳି ଘଟଣା ପଛରେ ବଡ଼ ର଼୍ୟାକେଟ କାମ କରୁଥିବା ପୋଲିସ କହିଛି। ସମ୍ପ୍ରତି ଏପରି ଏକ ର଼୍ୟାକେଟର ପର୍ଦ୍ଦାଫାଶ୍‌ ପୋଲିସ କରିଛି। ୪ ପିଲାଙ୍କ ମା’ କନ୍ୟା ସାଜି ମିଛିମିଛିକା ବାହା ହୋଇଥିଲେ। ପରେ ଚତୁର୍ଥୀ ରାତି ପୂର୍ବରୁ କନ୍ୟା ଜଣକ ବରଘରୁ ଟଙ୍କା ଏବଂ ଅଳଙ୍କାର ଧରି ଫେରାର ହୋଇଯାଇଥିଲେ। ବରଘର ପକ୍ଷରୁ କନ୍ୟାଙ୍କ ନକଲି ଆଧାର କାର୍ଡ, ଭୋଟର ପରିଚୟ ପତ୍ର ଆଦି ନେଇ ପୋଲିସ ଥାନାରେ ମାମଲା ଦାଏର କରାଯାଇଥିଲା। ଏହାର ତଦନ୍ତ କରି କ୍ରାଇମ୍‌ ବ୍ରାଞ୍ଚ୍‌ ଏଏସ୍‌ପି ଗୋପାଳ ଧାକ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛନ୍ତି। କାଲା ପିପଲ, ହୋଶଙ୍ଗାବାଦ୍‌, ରାଜଗଡ଼ ଏବଂ ଶାଜାପୁରରେ ସମାନ ଧରଣର ଘଟଣା ଘଟିଥିଲା। କନ୍ୟା ଚତୁର୍ଥୀ ରାତି ପୂର୍ବରୁ ବରଘରେ କଳାକନା ବୁଲାଇ ଫେରାର ହୋଇଯାଇଥିଲେ। ତେବେ ଶେଷରେ ଅପରାଧୀ ଦଳଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri