ନବମ ଶ୍ରେଣୀ ଛାତ୍ରୀ ହେଲେ ମାଆ: ପୋଲିସ ତନାଘନା ଆରମ୍ଭ

କେନ୍ଦୁଝର,୨୭ା୧(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ଜଣେ ୧୫ ବର୍ଷର ଆଦିବାସୀ ଛାତ୍ରୀ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ମାଆ ଦେହ ଭଲ ଥିବା ବେଳେ ଶିଶୁ ଏସଏନସିୟୁରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ଘଟଣାରେ ପୋଲିସ ଜଣେ ବିବାହିତ ୨୨ ବର୍ଷର ଯୁବକଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଯଦିଓ ଘଟଣାଟି ସଦର ଥାନା ଅଞ୍ଚଳରେ ଘଟିଛି ପୀଡ଼ିତାଙ୍କ ମା’ଙ୍କ ଏତଲା କ୍ରମେ ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଛି। ତେବେ ବାଳିକାଟି ସ୍କୁଲରେ ନବମ ଶ୍ରେଣୀରେ ପଢୁଥିବା ବେଳେ କିପରି ଗର୍ଭବତୀ ହେଲେ ଏବଂ ଘଟଣା ସମ୍ପର୍କରେ ଜଣାପଡ଼ିଲା ନାହିଁ କିପରି ତାହାର ଖୋଳତାଡ଼ ପୋଲିସ ଆରମ୍ଭ କରିଛି। ଅନ୍ୟ ପକ୍ଷରେ ବାଳିକାର ସ୍ବାସ୍ଥ୍ୟ ଉପରେ ଡାକ୍ତରମାନେ ନଜର ରଖି ଚିକିସତ୍ାଜାରୀ ରଖିଛନ୍ତି। ଏଭଳି ସମ୍ବେଦନଶୀଳ ଘଟଣାକୁ ନେଇ ସ୍କୁଲ କର୍ତ୍ତୃପକ୍ଷ କିପରି ଆଗୁଆ ଜାଣି ପାରିଲେ ନାହିଁ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏନେଇ ପ୍ରଶାସନ ପକ୍ଷରୁ କଣ ପଦକ୍ଷେପ ଗ୍ରହଣ କରାଯାଉଛି ତାହା ଉପରେ ଅଭିଭାବକମାନଙ୍କ ନଜର ରହିଛି। ଏ ନେଇ ଟାଉନ ଥାନା ଅଧିକାରିଣୀ ପ୍ରମୋଦିନୀ ସାହୁ କହିଛନ୍ତି, ଅଭିଯୋଗ ପାଇବା ପରେ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ କରାଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?