ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…

ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ ଖୁଆଇ ନିଜେ ପିଇଦେଇଛନ୍ତି ମା’। ତେବେ ଦୁଇ ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁଇ ଝିଅଙ୍କ ବୟସ ୬ ଓ ଅଢ଼େଇ ବର୍ଷ ବୋଲି କୁହାଯାଉଛି।

ସୂଚନା ଅନୁଯାୟୀ, ସମଗରା ଅଞ୍ଚଳ ଦୀପୁ ପ୍ରଧାନଙ୍କ ସ୍ତ୍ରୀ ଲକ୍ଷ୍ମୀପ୍ରିୟା ନିଜର ଦୁଇ ଛୋଟ ଝିଅଙ୍କୁ ଭାତରେ ବିଷ ମିଶାଇ ଖାଇବାକୁ ଦେଇ ନିଜେ ଖାଇ ଦେଇଥିଲେ॥ କିଛି ସମୟ ପରେ ତିନିଜଣ ଅସୁସ୍ଥ ହୋଇ ପଡ଼ିଥିଲେ। ପରିବାର ସଦସ୍ୟ ଓ ସ୍ଥାନୀୟ ଲୋକ ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ। ହେଲେ ସେଠାରେ ଡାକ୍ତର ଦୁଇ ଝିଅଙ୍କୁ ମୃତ ଘୋଷଣା କରିଥିଲେ।
ଗୁରୁତର ଅବସ୍ଥାରେ ଲକ୍ଷ୍ମୀପ୍ରିୟାଙ୍କୁ ପୁରୀ ସଦର ଡାକ୍ତରଖାନାରୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି। ଲକ୍ଷ୍ମୀପ୍ରିୟା କାହିଁକି ଏଭଳି କାଣ୍ଡ କଲେ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଚିକିତ୍ସାଧୀନ ଥିବାରୁ ପୋଲିସ ତାଙ୍କର ବୟାନ ରେକର୍ଡ କରିପାରିନାହିଁ। ଖବରପାଇ ମେରାଇନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁଇ ଶିଶୁଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ପଡ଼ିଶା ଓ ପରିବାର ଲୋକଙ୍କୁ ପଚରାଉଚରା କରାଯାଉଛି। ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା ସୁଧୁରିଲେ ତାଙ୍କ ବୟାନ ନିଆଯିବ ବୋଲି ପୋଲିସ କହିଛି। ଏହି ଘଟଣା ପରେ ସମଗରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବେରେଜ କାମବେଳେ ମିଳିଲା ୯ ମିଲିୟନ ୟୁରୋର ଗୁପ୍ତଧନ

ବ୍ରସେଲ୍ସ,୧୭।୮: ବେଲଜିୟମ୍‌ରେ ଶ୍ରମିକମାନେ ଏକ ସ୍ବେରେଜ ଲାଇନ୍‌ ଖୋଳୁଥିବା ସମୟରେ ବିପୁଳ ପରିମାଣର ସୁନା ବିସ୍କୁଟ ଏବଂ ଦୁର୍ଲଭ ମୁଦ୍ରା ପାଇଛନ୍ତି। ବ୍ରସେଲ୍ସଠାରୁ ପ୍ରାୟ ୩୦ କିଲୋମିଟର…

ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍‌, ଜଳସ୍ତର ରହିଛି…

ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର…

ଆଜିଠାରୁ ଆରମ୍ଭ ହେବ ଜନଗଣନା; ଆଧାର ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ପଚରାଯିବ ୪୦ ପ୍ରଶ୍ନ

ନୂଆଦିଲ୍ଲୀ,୧୭।୮: ଆଜିଠାରୁ ଅର୍ଥାତ ସୋମବାରଠାରୁ ଭାରତର 2027 ଜନଗଣନାର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ସୋମବାର ‘ସ୍ବ-ଗଣନା’ ସହିତ ଆରମ୍ଭ ହେବ – ଯେଉଁଠାରେ…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୫ ମୃତ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତାରାପୀଠର ଏକ ହୋଟେଲରେ ସୋମବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଥିଲା। ରିପୋର୍ଟ ଅନୁଯାୟୀ, ନିଆଁରେ ପୋଡ଼ିଯିବାରୁ ଅତି କମରେ…

ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…

ପୁରୀ,୧୭ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି…

ଏଇ ଭାରତରେ

ଭାରତରେ ମଧ୍ୟାହ୍ନଭୋଜନର ପୌଷ୍ଟିକ ଦିଗକୁ ନେଇ ବହୁସମୟରେ ପ୍ରଶ୍ନ ଉଠୁଛି। ଏଥିପାଇଁ ପ୍ରାୟ ସବୁ ସ୍କୁଲରେ ଶିକ୍ଷକମାନେ ଚିନ୍ତାରେ ପଡ଼ୁଛନ୍ତି। ହେଲେ ନାଗାଲାଣ୍ଡ କୋହିମା ଜିଲାର ବିଶ୍ୱେମାର୍‌…

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri