ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…

ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ ଖୁଆଇ ନିଜେ ପିଇଦେଇଛନ୍ତି ମା’। ତେବେ ଦୁଇ ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁଇ ଝିଅଙ୍କ ବୟସ ୬ ଓ ଅଢ଼େଇ ବର୍ଷ ବୋଲି କୁହାଯାଉଛି।

ସୂଚନା ଅନୁଯାୟୀ, ସମଗରା ଅଞ୍ଚଳ ଦୀପୁ ପ୍ରଧାନଙ୍କ ସ୍ତ୍ରୀ ଲକ୍ଷ୍ମୀପ୍ରିୟା ନିଜର ଦୁଇ ଛୋଟ ଝିଅଙ୍କୁ ଭାତରେ ବିଷ ମିଶାଇ ଖାଇବାକୁ ଦେଇ ନିଜେ ଖାଇ ଦେଇଥିଲେ॥ କିଛି ସମୟ ପରେ ତିନିଜଣ ଅସୁସ୍ଥ ହୋଇ ପଡ଼ିଥିଲେ। ପରିବାର ସଦସ୍ୟ ଓ ସ୍ଥାନୀୟ ଲୋକ ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ। ହେଲେ ସେଠାରେ ଡାକ୍ତର ଦୁଇ ଝିଅଙ୍କୁ ମୃତ ଘୋଷଣା କରିଥିଲେ।
ଗୁରୁତର ଅବସ୍ଥାରେ ଲକ୍ଷ୍ମୀପ୍ରିୟାଙ୍କୁ ପୁରୀ ସଦର ଡାକ୍ତରଖାନାରୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି। ଲକ୍ଷ୍ମୀପ୍ରିୟା କାହିଁକି ଏଭଳି କାଣ୍ଡ କଲେ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଚିକିତ୍ସାଧୀନ ଥିବାରୁ ପୋଲିସ ତାଙ୍କର ବୟାନ ରେକର୍ଡ କରିପାରିନାହିଁ। ଖବରପାଇ ମେରାଇନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁଇ ଶିଶୁଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ପଡ଼ିଶା ଓ ପରିବାର ଲୋକଙ୍କୁ ପଚରାଉଚରା କରାଯାଉଛି। ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା ସୁଧୁରିଲେ ତାଙ୍କ ବୟାନ ନିଆଯିବ ବୋଲି ପୋଲିସ କହିଛି। ଏହି ଘଟଣା ପରେ ସମଗରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?