ପୁରୀ ଅଫିସ,୧୫ା୭: ପୁରୀ ବେଳାଭୂମିରେ ଗୁରୁବାର ନିଜ ନାବାଳକ ପୁଅକୁ ମା’ ନିର୍ଯାତନା ଦେଉଥିବା ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଲୋକଙ୍କ ହସ୍ତକ୍ଷେପ ପରେ ସମ୍ପୃକ୍ତ ନାବାଳକଙ୍କୁ ଉଦ୍ଧାର କରାଯାଇଛି। ଖବର ପାଇ ଚାଇଲ୍ଡ ହେଲ୍ପ ଲାଇନ୍ ଟିମ୍ ପହଞ୍ଚି ସମ୍ପୃୃକ୍ତ ମହିଳାଙ୍କୁ ନାବାଳକଙ୍କୁ ହସ୍ତାନ୍ତର କରିବାକୁ ଚାହିଁଥିଲେ ମଧ୍ୟ ସେ ଦାୟିତ୍ୱ ନେବାକୁ ମନା କରିଦେଇଥିଲେ। ସେ କହିଥିଲେ, ‘ମୋର ପୁଅ ଦରକାର ନାହିଁ’। ଏହାପରେ ହେଲ୍ପ ଲାଇନ୍ ପକ୍ଷରୁ ନାବାଳକଙ୍କୁ ଅଣାଯାଇ ଶେଲଟର ହୋମ୍ରେ ରଖାଯାଇଛି। ଏହି ଘଟଣା ପୁରୀ ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। କାହିଁକି ସମ୍ପୃକ୍ତ ମହିଳା ନିଜ ପୁଅକୁ ନିର୍ଯାତନା ଦେଉଥିଲେ ଓ ସାଥିରେ ନେବାକୁ ମନା କଲେ ତାହା ଏବେ ସାଧାରଣରେ ପ୍ରଶ୍ନ ହୋଇଛି।
ଏ ନେଇ ଜିଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ ତ୍ରିପାଠୀ କହିଛନ୍ତି, ନାବାଳକଙ୍କୁ ସମ୍ପୃକ୍ତ ମହିଳା ମାରପିଟ୍ କରୁଥିଲେ ବୋଲି ଲୋକଙ୍କଠାରୁ ଶୁଣିବାକୁ ପାଇଛୁ। ପ୍ରାଥମିକ ପର୍ଯ୍ୟାୟ ତଦନ୍ତରେ ସମ୍ପୃୃକ୍ତ ମହିଳାଙ୍କ ଘର କଟକରେ ବୋଲି ଜଣାପଡ଼ିଛି। ତାଙ୍କ ସ୍ବାମୀଙ୍କର ଦେହାନ୍ତ ହୋଇସାରିଛି। ତେବେ ଗୁରୁବାର ସମ୍ପୃୃକ୍ତ ମହିଳାଙ୍କ ସହ ଜଣେ ଯୁବକଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା। ମହିଳାଙ୍କ ସହିତ ତାଙ୍କର ସମ୍ପର୍କ କ’ଣ ତାହା ଜଣାନାହିଁ। ହୁଏତ ସମ୍ପୃୃକ୍ତ ମହିଳା ଭୟଭୀତ ହୋଇ, କାହାରି ପ୍ରଭାବରେ ଆସି କିମ୍ବା ମାନସିକ ଭାରସାମ୍ୟ ହରାଇ ଏଭଳି ପ୍ରତିକ୍ରିୟା ଦେଖାଇ ଥାଇପାରନ୍ତି। ଏଣୁ ଶୁକ୍ରବାର ସମ୍ପୃକ୍ତ ମହିଳାଙ୍କ ସହିତ ପୁଣି ଥରେ ଆଲୋଚନା କରାଯିବ। ଏହା ପରେ ଯଦି ସେ ନିଜ ପୁଅର ଦାୟିତ୍ୱ ନେବାକୁ ଚାହିଁବେ ନାହିଁ ତେବେ ଶିଶୁ କଲ୍ୟାଣ କମିଟି ନିକଟରେ ନାବାଳକଙ୍କୁ ହାଜର କରାଯିବ। ସେହିଭଳି ଏକ ଟିମ୍ ତାଙ୍କ ଗ୍ରାମକୁ ପଠାଯିବ। ପରିବାରରେ ଏମାନଙ୍କ ଭିନ୍ନ ଆଉ କିଏ କିଏ ରହିଛନ୍ତି ସେନେଇ ଖୋଳତାଡ଼ ହେବ। ଏସମ୍ପର୍କରେ ପରିବାର ଲୋକଙ୍କୁ ଅବଗତ କରାଯିବ। ସେହିଭଳି ଶିଶୁ କଲ୍ୟାଣ କମିଟି ନିର୍ଦ୍ଦେଶକ୍ରମେ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ତ୍ରିପାଠୀ କହିଛନ୍ତି। ଶେଲଟର ହୋମ୍ରେ ନାବାଳକ ଜଣକ ସୁସ୍ଥ ଥିବା ହେଲ୍ପଲାଇନ୍ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଅନ୍ୟପକ୍ଷରେ ସ୍ଥାନୀୟ ଲୋକେ ସମ୍ପୃକ୍ତ ମହିଳାଙ୍କ ସହ ଥିବା ଯୁବକଙ୍କୁ ତାଙ୍କର ପ୍ରେମିକ ବୋଲି କହୁଛନ୍ତି। ନିଜ ପ୍ରେମିକଙ୍କ ସହ ଯିବା ପାଇଁ ସେ ପୁଅର ଦାୟିତ୍ୱରୁ ମୁକ୍ତ ହେବାକୁ ଚାହୁଁଥିବା ଶୁଣିବାକୁ ମିଳୁଛି।
Posted inHome, Home Left, ଆମ ଜିଲା ଖବର, ପୁରୀ View All
ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…
୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…
ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…
ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…
ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…
ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…
ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି
ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…
ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…
ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…
୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା
ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

