ମା’, ପୁଅଙ୍କୁ ହତ୍ୟା ଉଦ୍ୟମ ମାମଲା: ଅଭିଯୁକ୍ତଙ୍କୁ ୭ ବର୍ଷ ସଶ୍ରମ କାରାଦଣ୍ଡ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ଝୋଲାରୀ ଗ୍ରାମର ମା’, ପୁଅ ହତ୍ୟା ଉଦ୍ୟମ ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ଆସିଷ୍ଟାଣ୍ଡ ସେସନସ ଜଜ ଦେବାଶିଷ ବିଷୋୟୀ ମାମଲାର ବିଚାରଣ କରି ଅଭିଯୁକ୍ତ ରୂପ ନାରାୟଣ ଦଳବେହେରାଙ୍କୁ ୭ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି। ଏଥିସହ ୨୦ ହଜାର ଟଙ୍କା ଜରିମାନା ପକାଇଛନ୍ତି। ଜରିମାନା ଅର୍ଥ ଅନାଦେୟ ଅଧିକ ୬ ମାସ କାରାଦଣ୍ଡ ଭୋଗିବେ ଅଭିଯୁକ୍ତ। ଜରିମାନା ଅର୍ଥ ଆଦାୟ ହେଲେ ପୀଡ଼ିତାଙ୍କୁ ଉକ୍ତ ଅର୍ଥ ପ୍ରଦାନ କରାଯିବ ବୋଲି ସରକାରୀ ଓକିଲ ଦିବାକର ନାୟକ ଏଠାରେ ସୂଚନା ଦେଇଛନ୍ତି। ଘଟଣାରୁ ପ୍ରକାଶ ଯେ ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ପେଣ୍ଡୁରାପଲ୍ଲୀର ରୂପ ନାରାୟଣ ତାଳଚେରରେ ଏକ କମ୍ପାନୀରେ ଚାକିରୀ କରୁଥିଲେ। ଏତଲାକାରି ଅନିଲଙ୍କ ଭାଇ ମଧ୍ୟ ସେଠି ଚାକିରି କରୁଥିଲେ। ତେଣୁ ଉଭୟଙ୍କ ମଧ୍ୟରେ ପରିଚୟ ଥିଲା।

୨୦୨୦ ମସିହା ଅକ୍ଟୋବର ମାସ ୫ ତାରିଖରେ ରୁପ ନାରାୟଣ ବୁଗୁଡ଼ା ଥାନା ଅନ୍ତର୍ଗତ ଝୋଲାରି ଗ୍ରାମର ଅନିଲ ବିଷୋଇଙ୍କ ଘରେ ପଶି ତାଙ୍କ ଭାଉଜ ଓ ନାବାଳକ ପୁତୁରାକୁ ଏକ ଧାରୁଆ ଅସ୍ତ୍ରରେ ବେକକୁ କୌଣସି କାରଣରୁ
ଆକ୍ରମଣ କରିଥିଲେ। ଫଳରେ ମା’ ଓ ପୁଅ ଗୁରୁତର ଭାବେ ଆହତ ହୋଇ ପାଟି କରିଥିଲେ। ଏହାପରେ ଅନିଲ ଏନେଇ ଗ୍ରାମବାସୀଙ୍କୁ କହିବା ପରେ ଗ୍ରାମବାସୀ ଏକାଠି ହୋଇ ଅଭିଯୁକ୍ତ ରୂପ ନାରାୟଣଙ୍କୁ କାବୁ କରି ପୋଲିସରେ ଜିମା ଦେଇଥିଲେ। ଏଥିସହ ଆହତ ମା’ ଏବଂ ପୁଅଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଅନୀଲଙ୍କ ଏତଲା ପ୍ରକାରେ ପୋଲିସ ରୂପ ନାରାୟଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ରୂପ ନାରାୟଣ ଜେଲରେ କିଛିଦିନ ବନ୍ଧୀ ଜୀନ ବିତାଇବା ପରେ ଇତିମଧ୍ୟରେ ଜାମିନ ରେ ଆସିଥିଲେ। ଆଜି ମାମଲାର ବିଚାରଣ ପରେ ତାଙ୍କୁ ପୁଣି ଜେଲ ହାଜତକୁ ପଠାଇ ଦିଆଯାଇଛି। ସରକାରଙ୍କ ପକ୍ଷରୁ ଦିବାକର ନାୟକ ଏବଂ ମୁଦଲାଙ୍କ ପକ୍ଷରୁ ଲଡୁ କିଶୋର ଆଳତିଆ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଝାଲିଆଗୋଛାକୁ ହରାଇଲା ହରିଗଡ଼

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନୁଆପଲ୍ଲୀଠାରେ ରବିବାରଠାରୁ ଆରମ୍ଭ ହୋଇଛି ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ ଝାଲିଆଗୋଛା ଓ ହରିଗଡ଼ ମଧ୍ୟରେ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri