ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ମା’-ପୁଅଙ୍କ ଜୀବନ

ବାହାନଗା,୧୨ା୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥର ଓଳିଆପାଟଣା ପୋଲ ନିକଟରେ ରାସ୍ତା ଦୁର୍ଘଟଣାରେ ମା’ ପୁଅଙ୍କର ମୃତ୍ୟୁ ଘଟିଛି।
ସୋର ଥାନା ଅଧୀନସ୍ଥ ଖୁଣ୍ଟା ଗ୍ରାମର ବୁଦ୍ଧିରାମ ସେନାପତିଙ୍କ ସ୍ତ୍ରୀ ଶୁକ ସେନାପତି, ତାଙ୍କ ୩ ବର୍ଷର ପୁଅ ଏବଂ ସମ୍ପର୍କୀୟ ପୁତୁରା ଭଗବାନ ସେନାପତିଙ୍କ ସହିତ (ଓଡି ୦୧ ଏଜେ ୨୨୦୮) ନମ୍ବର ବିଶିଷ୍ଟ ସ୍କୁଟିରେ ବାଲେଶ୍ୱର ଯାଉଥିଲେ। ତେବେ ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ଓଳିଆପାଟଣା ପୋଲ ନିକଟରେ ସ୍କୁଟିକୁ ପଛପଟୁ ଏକ ମାଲ୍‌ ବୋଝେଇ (ଆରଜେ ୧୪ ଜିଏଲ ୫୯୫୦) ନମ୍ବର ଟ୍ରକ ଧକ୍କା ଦେଇଥିଲା। ଫଳରେ ପଛରେ ବସିଥିବା ମା’ ପୁଅ ରାସ୍ତାର ଡାହାଣ ପାଖକୁ ଛିଟିକି ପଡ଼ିବା ସହିତ ମୋଟରସାଇକେଲ ଚଳାଉଥିବା ସମ୍ପର୍କୀୟ ପୁତୁରା ଭଗବାନ ରାସ୍ତାର ବାମପଟକୁ ଛିଟିକି ପଡ଼ିଥିଲେ। ଯାହାକି ପଛପଟେ ଧକ୍କା ଦେଇଥିବା ଟ୍ରକର ଆଗରେ ମା’-ପୁଅ ପିଟି ହେବାରୁ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଖନ୍ତାପଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ହୋଇଥିବା ପୁତୁରାଙ୍କୁ ଚିକିତ୍ସା ପାଇଁ ଖନ୍ତାପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ମୃତ ମା’-ପୁଅଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri