ଘରେ ପଶି ଅତର୍କିତ ଆକ୍ରମଣ କରିଥିଲେ ମା’-ପୁଅ: ଏବେ ଜେଲ୍‌ରେ…

ଦିଗପହଣ୍ଡି,୧୫।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଏସ୍‌.ଚାଞ୍ଚଡାପଲ୍ଲୀ ଗ୍ରାମର ଗଗନ ପାତ୍ର ଏବଂ ତାଙ୍କ ସ୍ତ୍ରୀ ରାଜେଶ୍ୱରୀ ପାତ୍ରଙ୍କୁ ଘରେ ପଶି ମରଣାନ୍ତକ ଆକ୍ରମଣ ଘଟଣାରେ ସୋମବାର ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍‌ଆଇ ରାଜ କିଶୋର ପାତ୍ର ଅଭିଯୁକ୍ତ ଜାଇଲ ମଣ୍ଡଳ ଓ ତାଙ୍କ ପୁଅ ଚେରୁ ମଣ୍ଡଳଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।
ଥାନା ମାମଲା ନଂ.୪୫୪/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶନିବାର ରାତିପ୍ରାୟ ସାଢ଼େ ୧୦ଟାରେ ଚେରୁ ଓ ତାଙ୍କ ମା’ ଜାଇଲ ଗଗନଙ୍କ ଘରେ ପଶି ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଗଗନଙ୍କ ମୁହଁ, ହାତ ଓ ପିଠିକୁ କାମୁଡି ଖଣ୍ଡିଆ ଖାବରା କରିଦେଇଥିଲେ। ସ୍ବାମୀଙ୍କୁ ଉଦ୍ଧାର କରିବା ବେଳେ ୪ ମାସର ଗର୍ଭବତୀ ଥିବା ରାଜେଶ୍ୱରୀଙ୍କୁ ଉଭୟେ ଅସଦାଚରଣ କରିବା ସହ ଲାତ, ଗୋଇଠା ମାରିଥିଲେ। ଘଟଣାର ପରଦିନ ଗଗନ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ତଥା ଡିଏସପି ପ୍ରଶାନ୍ତ ପାତ୍ର ଅଭିଯୁକ୍ତ ଦ୍ବୟଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ଏସଆଇଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri