Posted inଖେଳ

ମା’ ତାରିଣୀ ଏକାଦଶ ଚାମ୍ପିୟନ

ଭୁବନେଶ୍ୱର, ୨୬।୪(କ୍ରୀଡ଼ା ପ୍ରତିନିଧି): ରସୁଲଗଡ଼ ୟୁଥ୍‌ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୮ମ ରସୁଲଗଡ଼ ପ୍ରିମିୟର ଲିଗ୍‌ ଉଦ୍‌ଯାପିତ ହୋଇଛି। ଏହାର ଫାଇନାଲରେ ମା’ କୋଚିଳେଇ ଏକାଦଶକୁ ୨ ରନରେ ହରାଇ ମା’ ତାରିଣୀ ଏକାଦଶ ଚାମ୍ପିୟନ ହୋଇଛି। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ତାରିଣୀ ଏକାଦଶ ୧୨ ଓଭରରେ ୪ ଉଇକେଟ ହରାଇ ୧୬୭ ରନ କରିଥିଲା। ଦଳ ପକ୍ଷରୁ ସ୍ମୃତି ରଞ୍ଜନ ସାହୁ ୨୧ ବଲ୍‌ରୁ ସର୍ବାଧିକ ୫୫ ଓ ଜୀବନ ଜ୍ୟୋତି ଲେଙ୍କା ୫୦ ରନ କରିଥିଲେ। ବିପକ୍ଷ ଦଳର ଦିବ୍ୟ ରଞ୍ଜନ ନାୟକ ୨ ଉଇକେଟ ପାଇଥିଲେ। ୧୬୮ ରନ ବିଜୟ ଲକ୍ଷ୍ୟନେଇ ପଡ଼ିଆକୁ ଓହ୍ଲାଇଥିବା କୋଚିଳେଇ ଦଳ କଡ଼ା ଟକ୍କର ଦେଇଥିଲେ ହେଁ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ହରାଇ ୧୬୫ ରନ କରିବାକୁ ସକ୍ଷମ ହୋଇଥିଲା। ସତ୍ୟରଞ୍ଜନ ରାଉତ ୨୧ ବଲ୍‌ରୁ ୬୧ ରନ କରିଥିଲେ ମଧ୍ୟ ଦଳକୁ ଜିତାଇପାରି ନ ଥିଲେ। ବିଜୟୀ ଦଳର ଜୀବନ ଜ୍ୟୋତି ଲେଙ୍କା ୨ଟି ଉଇକେଟ ପାଇଥିଲେ। ଅଲ୍‌ରାଉଣ୍ଡ ପ୍ରଦର୍ଶନ ପାଇଁ ଜୀବନ ଜ୍ୟୋତି ଲେଙ୍କା ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଟୁର୍ନାମେଣ୍ଟରେ ମୋଟ ୧୬୧ ରନ କରିବା ସହ ୬ ଉଇକେଟ ନେଇଥିବା ସତ୍ୟ ରଞ୍ଜନ ରାଉତ ପ୍ଲେୟର ଅଫ୍‌ ଦି ସିରିଜ ହୋଇଥିଲେ। ଅଂଶୁମାନ ରାୟ (୧୯୧ ରନ) ଶ୍ରେଷ୍ଠ ବ୍ୟାଟର, ଜୀବନ ଜ୍ୟୋତି ଲେଙ୍କା (୧୦ ଉଇକେଟ) ଶ୍ରେଷ୍ଠ ବୋଲର ପୁରସ୍କାର ପାଇଥିଲେ। ଅମ୍ପାୟର ଉମାକାନ୍ତ ଜଗଦେବ ଓ ପାର୍ଥ ସାରଥି ରାଉତରାୟ ମ୍ୟାଚ ପରିଚାଳନା କରିଥିଲେ। ସାମାଜିକ କର୍ମୀ ପ୍ରକାଶ ରାଉତରାୟ, ଅନିଲ ବଳିୟାରସିଂ, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକ ଅସ୍ମିତ ଦାସ ଓ ସମ୍ପାଦକ ସ୍ନେହାଶିଷ ଜେନା ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri