Posted inଜାତୀୟ

ମଦର ଟେରେସାଙ୍କ ଚ୍ୟାରିଟି ବ୍ୟାଙ୍କ ଆକାଉଣ୍ଟ ଅଚଳ କରିଛି କେନ୍ଦ୍ର

କୋଲକାତା, ୨୭।୧୨: ମଦର ଟେରେସାଙ୍କ ଦ୍ୱାରା ପ୍ରତିଷ୍ଠିତ ମିଶନାରିଜ୍‌ ଅଫ୍‌ ଚ୍ୟାରିଟିର ସମସ୍ତ ବ୍ୟାଙ୍କ ଆକାଉଣ୍ଟକୁ କେନ୍ଦ୍ର ସରକାର ଅଚଳ କରିଦେଇଥିବା ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି। ଆକାଉଣ୍ଟ ଅଚଳ ହେବା କାରଣରୁ ମିଶନାରିର ୨୨,୦୦୦ ରୋଗୀ ଏବଂ କର୍ମଚାରୀଙ୍କୁ ଖାଦ୍ୟ ଓ ଔଷଧ ମିଳୁ ନ ଥିବା ସେ କହିଥିଲେ।

ଅନ୍ୟପକ୍ଷରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏଭଳି ଅଭିଯୋଗକୁ ଖଣ୍ଡନ କରିଛି। ମିଶନାରିଜ୍‌ ଅଫ୍‌ ଚ୍ୟାରିଟିର ବ୍ୟାଙ୍କ ଆକାଉଣ୍ଟ ଅଚଳ ହୋଇନାହିଁ। କେତେକ ସର୍ତ୍ତ ପୂରଣ କରି ନ ଥିବାରୁ ଚ୍ୟାରିଟିର ଏଫ୍‌ସିଆରଏ ନବୀକରଣ ଆବେଦନ ଗତ ୨୫ ତାରିଖରେ ଖାରଜ ହୋଇଯାଇଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କହିଛି। ଏଫ୍‌ସିଆର୍‌ଏ (ବିଦେଶୀ ଅନୁଦାନ ନିୟନ୍ତ୍ରଣ ଆଇନ, ୨୦୧୦) ଏନ୍‌ଜିଓଗୁଡ଼ିକୁ ମିଳୁଥିବା ବିଦେଶୀ ଅନୁଦାନ କାରବାରକୁ ଆଇନଗତ ଅନୁମୋଦନ ପ୍ରଦାନ କରିଥାଏ। ଏଥିରେ କେତେକ ପ୍ରତିକୂଳ ବିବରଣୀ ଥିବା ନଜରକୁ ଆସିବା ପରେ ଚ୍ୟାରିଟିର ଆବେଦନକୁ ସ୍ଥଗିତ ରଖାଯାଇଥିଲା। ଏହା ପରେ ଚ୍ୟାରିଟି ସଂଶୋଧିତ ଆବେଦନ କରିନାହଁ। ବରଂ ଆକାଉଣ୍ଟଗୁଡ଼ିକୁ ସ୍ଥଗିତ ରଖିବା ଲାଗି ଚ୍ୟାରିଟି ପକ୍ଷରୁ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆକୁ ଅନୁରୋଧ କରାଯାଇଥିଲା ବୋଲି ମନ୍ତ୍ରଣାଳୟ କହିଛି। ଅନ୍ୟପକ୍ଷରେ ବ୍ୟାଙ୍କ ଆକାଉଣ୍ଟ ଅଚଳ ସମ୍ପର୍କରେ ମମତା ଅଭିଯୋଗ ଆଣିବା ପରେ ମିଶନାରିଜ ଅଫ୍‌ ଚ୍ୟାରିଟିର ମୁଖପାତ୍ର ଏହା ଜାଣି ନ ଥିବା କହିଛନ୍ତି। କେନ୍ଦ୍ର ସରକାର ଏ ସମ୍ପର୍କରେ କିଛି ଜଣାଇନାହାନ୍ତି। ବ୍ୟାଙ୍କ କାରବାର ଠିକ୍‌ଠାକ୍‌ ଚାଲିଥିବା ମୁଖପାତ୍ର ସୁନିତା କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?