ପ୍ରଥମ ଦିନରେ ସରିଲା ମାତୃଭାଷା ପରୀକ୍ଷା: ପାଟଣା ବ୍ଲକର ୧୨ ପରୀକ୍ଷା କେନ୍ଦ୍ରରେ ୫୭ ଅନୁପସ୍ଥିତ

ପାଟଣା,୨୦।୨(ବୀରକିଶୋର ଦାସ): ଶୁକ୍ରବାର ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। କେନ୍ଦୁଝର ଜିଲା ପାଟଣା ବ୍ଲକର ୧୨ଟି ପରୀକ୍ଷା କେନ୍ଦ୍ରରେ ଶାନ୍ତି ଶୃଙ୍ଖଳାର ସହ ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟାଳୟ ସ୍ଥିତ ଜିଏନ୍‌ ହାଇସ୍କୁଲ ସ୍ବାମ ପାଟଣା ନୋଡାଲ ପରୀକ୍ଷା ସେଣ୍ଟର ହୋଇଥିବା ବେଳେ ଏହି କେନ୍ଦ୍ର ଅଧୀନରେ ଚଳିତ ବର୍ଷ ୧୦ଟି ପରୀକ୍ଷା କେନ୍ଦ୍ର କରାଯାଇଛି।

ସେହିପରି ଘଟଗାଁ ନୋଡାଲ ପରୀକ୍ଷା ସେଣ୍ଟର ଅଧୀନ ଡୁମୁରିଆ ଏବଂ କେନ୍ଦୁଝର ନୋଡାଲ ସେଣ୍ଟର ଅଧୀନ ଖିରେଇଟାଙ୍ଗିରୀ ମୋଟ ୧୨ଟି ପରୀକ୍ଷା କେନ୍ଦ୍ରରେ ୧୮୭୬ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୮୧୯ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୫୭ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଥିବା ପାଟଣା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସଚିଦା ନନ୍ଦ ସେଠୀ କହିଛନ୍ତି ।

ଘଟଗାଁ ନୋଡାଲ ସେଣ୍ଟର ଅଧୀନ ବିଏସ୍‌ ହାଇସ୍କୁଲ ଡୁମୁରିଆ ପରୀକ୍ଷା କେନ୍ଦ୍ରରେ ୨୦୨ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୩ଜଣ ଅନୁପସ୍ଥିତ ରହିଥିବା ବେଳେ ଜନତା ହାଇସ୍କୁଲ ମଲ୍ଲୀପଶିରେ ୧୬୬ଜଣଙ୍କ ମଧ୍ୟରୁ ୫ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିଲେ।

ସେହିପରି ସରକାରୀ ସ୍ବାମ ପାଟଣା ବାଳିକା ଉଚ୍ଚ ବିଦ୍ୟାଳୟରେ ୧୩୩ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୪ଜଣ ଅନୁପସ୍ଥିତ ରହିଥିବା ବେଳେ ଜିଏନ୍‌ ହାଇସ୍କୁଲ ସ୍ବାମ ପାଟଣାରେ ୧୩୯ଜଣଙ୍କ ମଧ୍ୟରୁ ଜଣେ ଅନୁପସ୍ଥିତ ଥିଲେ। ଟାଙ୍ଗରପଡା ହାଇସ୍କୁଲରେ ୧୬୯ ଜଣଙ୍କ ମଧ୍ୟରୁ ୭ଜଣ ଅନୁପସ୍ଥିତ ରହିଥିବା ବେଳେ ପଞ୍ଚାୟତ ହାଇସ୍କୁଲ କେନ୍ଦେଇପଶିରେ ୧୬୧ ଜଣଙ୍କ ମଧ୍ୟରୁ ୪ଜଣ ଅନୁପସ୍ଥିତ ରହିଥିଲେ।

ସେହିପରି ମୁରୁସୁଆଁ ନୋଡାଲ ହାଇସ୍କୁଲରେ ୧୪୫ଜଣଙ୍କ ମଧ୍ୟରୁ ୪ଜଣ ଅନୁପସ୍ଥିତ ରହିଥିବା ବେଳେ କେନ୍ଦୁଝର ନୋଡାଲ ସେଣ୍ଟର ଅଧୀନ ଖିରେଇଟାଙ୍ଗିରୀ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ୧୬୦ଜଣଙ୍କ ମଧ୍ୟରୁ ୧୦ଜଣ ଅନୁପସ୍ଥିତ ଥିଲେ। ତୁରୁମୁଙ୍ଗା ଡିବି ହାଇସ୍କୁଲରେ ୧୬୧ଜଣ ଉପସ୍ଥିତ ରହିଥିବା ବେଳେ ଏବିସିଡିଆର ଅଙ୍ଗିକଳା ହାଇସ୍କୁଲରେ ୧୩୧ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ଜଣେ ଅନୁପସ୍ଥିତ ଥିଲେ।

ରାଜନଗର ହାଇସ୍କୁଲ ପରୀକ୍ଷା କେନ୍ଦ୍ର ୧୭୩ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭ଜଣ ଅନୁପସ୍ଥିତ ଥିବା ବେଳେ ବାଉଁଶୁଳି ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ୧୩୬ଜଣଙ୍କ ମଧ୍ୟରୁ ୧୧ଜଣ ଅନୁପସ୍ଥିତ ରହିଥିବା ସୂଚନା ମିଳିଛି।

ଚଳିତ ବର୍ଷ ବୋର୍ଡ ପରୀକ୍ଷାକୁ ସୁଚାରୁ ରୂପେ ପରିଚାଳନା କରିବା ପାଇଁ ସ୍ବଚ୍ଛତା ଓ ନିରପେକ୍ଷତା ଅବଲମ୍ବନ କରିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଅଭିଭାବକମାନେ ଅଯଥା ପରୀକ୍ଷାକେନ୍ଦ୍ର ସମ୍ମୁଖରେ ଗହଳି ନ କରିବା ପାଇଁ ବ୍ଲକ ଶିକ୍ଷା ଅଧିକାରୀ ଅନୁରୋଧ କରିଛନ୍ତି। କପି ରୋକିବା ପାଇଁ ପାଟଣା, ତୁରୁମୁଙ୍ଗା ଓ ଘଟଗାଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri