ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଥିଲା। ଏଥିରେ ଓଡ଼ିଶାର ନାମୀଦାମୀ କଳାକାର ଯୋଗ ଦେଇଥିଲେ। ଏହି ଷ୍ଟେଜ୍‌ରେ ହ୍ୟୁମାନ ତାଙ୍କ ସୁଲିଳିତ କଣ୍ଠରେ ଗାଇଥିବା ଗୀତଗୁଡ଼ିକ ବାଜୁଥିଲା। ଯାହା ଶୁଣି ସଭାରେ ଉପସ୍ଥିତ ଥିବା ତାଙ୍କ ମା ଶେଫାଳି ସୁନା, ସ୍ତ୍ରୀ ଶ୍ରୀୟା ମିଶ୍ର ଏବଂ ଝିଅ କାନ୍ଦି ପକାଇଥିଲେ। ଉପସ୍ଥିତ ଥିବା ଦର୍ଶକମାନେ ମଧ୍ୟ ଏହି ଦୃଶ୍ୟ ଦେଖି ଭାବବିହ୍ବଳ ହୋଇପଡ଼ିଥିଲେ।

ହ୍ୟୁମାନଙ୍କ ମା’ କହିଛନ୍ତି, ସେ ଗଣମାଧ୍ୟମରେ ଯାହା କହିଛନ୍ତି, ତାହା ନିରାଟ ସତ୍ୟ । ସେ ପୁତ୍ର ବିଚ୍ଛେଦରୁ ମୁକୁଳି ପାରି ନ ଥିବାରୁ ଏଯାଏ FIR ଦେଇ ନାହାନ୍ତି କିମ୍ବା ଏ ବିଷୟରେ କୌଣସି ନିଷ୍ପତ୍ତି ନେଇ ପାରିନାହାନ୍ତି । ତେବେ ତାଙ୍କର ଶେଷ ଭରସା ବୋହୂ ଓ ନାତୁଣୀ । ହ୍ୟୁମାନଙ୍କ ମୃତ୍ୟୁ ପାଇଁ ମା’ ପୂର୍ବରୁ ଦୁଇ ଜଣ ମ୍ୟାନେଜର ଓ ଜଣେ ଗାୟିକାଙ୍କୁ ଦାୟୀ କରିଥିଲେ।

ଶ୍ରୀୟା ଶ୍ରଦ୍ଧାଞ୍ଜଳି ସଭା ପୂର୍ବରୁ ସ୍ବାମୀ ହ୍ୟୁମାନଙ୍କ ସମାଧି ପୀଠକୁ ଯାଇ ଭୋ ଭୋ ହୋଇ କାନ୍ଦିଥିଲେ। ମା’ ମଧ୍ୟ ପୁଅକୁ ବୋହୂ ଶ୍ରଦ୍ଧାଞ୍ଜଳି ଦେଇଥିବାରୁ ଏବଂ ବୋହୂ ଓ ନାତୁଣୀ ତାଙ୍କୁ ସମ୍ଭାଳିଥିବାରୁ ଭାବବିହ୍ବଳ ହୋଇ କାନ୍ଦିଥିଲେ। ସଭାରେ ଯୋଗଦେବା ପାଇଁ ଅଭିନେତା ଅନୁଭବ ମହାନ୍ତିଙ୍କ ସମେତ ଚଳଚ୍ଚିତ୍ର ଓ ସଂଗୀତ ଜଗତର ବହୁ ଜଣାଶୁଣା ବ୍ୟକ୍ତିବିଶେଷ ଟିଟିଲାଗଡ଼ରେ ପହଞ୍ଚିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାହସ ଆଗରେ ହାର ମାନିଛି ଭିନ୍ନକ୍ଷମ: ସାଉଁଟୁଛନ୍ତି ପ୍ରଶଂସା

ଭବାନୀପାଟଣା,୧୪ା୩(ଉତ୍ତମ କୁମାର ଦାଶ):ଜନ୍ମରୁ ଭିନ୍ନକ୍ଷମ ହୋଇ ବି ସକ୍ଷମ ଭାବରେ ଜୀବନଯାପନ କରୁଛନ୍ତି। ଜୀବନ ଯୁଦ୍ଧରେ କେବେ ହାର ନ ମାନି ସୃଷ୍ଟି କରିପାରିଛନ୍ତି ନିଜର ସ୍ବତନ୍ତ୍ର…

ବିପଦସଙ୍କୁଳ ଅବସ୍ଥାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଛାତରୁ ଗଳୁଛି ପାଣି

ଲାଞ୍ଜିଗଡ଼,୧୪ା୩(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ୧୮୯୧ ମସିହାରେ ସ୍ଥାପିତ ହୋଇଥିବା ବିଦ୍ୟାଳୟକୁ…

ଆମେରିକା ତଦନ୍ତରେ ଭାରତ-ଚାଇନା ଦୋଷୀ ସାବ୍ୟସ୍ତ ହେଲେ କ’ଣ ହେବ? କେଉଁ କାର୍ଯ୍ୟାନୁଷ୍ଠାନ ନେବେ ଟ୍ରମ୍ପ, ଜାଣନ୍ତୁ…

ନୂଆଦିଲ୍ଲୀ,୧୪।୩: ଡୋନାଲ୍ଡ ଟ୍ରମ୍ପଙ୍କ ଆମେରିକା ରାଷ୍ଟ୍ରପତି ପଦକୁ ଫେରିବା ବିଶ୍ୱ ବାଣିଜ୍ୟର ଗତିଶୀଳତାକୁ ଦୋହଲାଇ ଦେଇଛି। ଏଥର, ଟ୍ରମ୍ପ ପ୍ରଶାସନର ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ହେଉଛି “ଧାରା…

ଇରାନରେ ସବୁଠାରୁ ଶକ୍ତିଶାଳୀ ଆକ୍ରମଣ! ଖାର୍ଗ ଦ୍ୱୀପରେ ବୋମା ପକାଇଲା ଆମେରିକା, ଧ୍ବଂସ ହେଲା…

ନୂଆଦିଲ୍ଲୀ,୧୪।୩: ଆମେରିକୀୟ ସେନା (CENTCOM) ଇରାନର ଗୁରୁତ୍ୱପୂର୍ଣ୍ଣ ଖାର୍ଗ ଦ୍ୱୀପରେ ସବୁଠାରୁ ଶକ୍ତିଶାଳୀ ବିମାନ ଆକ୍ରମଣ କରିଛି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରି…

ସ୍ତ୍ରୀ, ବୋହୁ, ନାତୁଣୀଙ୍କୁ ହାତୁଡିରେ ପିଟି ନିର୍ମମ ହତ୍ୟା: ପାଣିଟାଙ୍କି ଉପରେ ଲୁଚିଛନ୍ତି ଫେରାର୍‌ ଅଭିଯୁକ୍ତ

ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣା। ଗାଁର ପାଣି ଟାଙ୍କି ଉପରେ ଲୁଚିଛନ୍ତି ଫେରାର୍‌ ହତ୍ୟା ଅଭିଯୁକ୍ତ। ଅଭିଯୁକ୍ତଙ୍କୁ ଧରିବା…

ଇରାକ୍‌ରେ ଖସିଲା ଆମେରିକା ବିମାନ: ୪ ମୃତ

ଦୁବାଇ,୧୪ା୩: ଇରାନ୍‌ ବିରୋଧୀ ଯୁଦ୍ଧରେ ଆମେରିକାର ସାମରିକ ବିମାନଗୁଡ଼ିକୁ ତୈଳ ଯୋଗାଉଥିବା ଏକ କେସି-୧୩୫ ଏୟାରକ୍ରାଫ୍ଟ ପଶ୍ଚିମ ଇରାକ୍‌ରେ ଖସିପଡ଼ିଛି। ବିମାନରେ ନିଅଁା ଲାଗିଯିବାରୁ ସେଥିରେ ଥିବା…

ସିଇସିଙ୍କ ବହିଷ୍କାର ଦାବିରେ ନୋଟିସ ଦେଲେ ବିରୋଧୀ

ନୂଆଦିଲ୍ଲୀ,୧୪ା୩: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ଦାବିରେ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟର ଉଭୟ ଗୃହରେ ନୋଟିସ ଦାଖଲ କରିଛନ୍ତି। ଉକ୍ତ…

ସମର୍ଥନ ମିଳୁଛି, ସମାଧାନ ହେଉନି: ଚେତାବନୀ ଦେଲେ ଚାଷୀ

ବରଗଡ଼,୧୪।୩(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ଦାବିରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାନ ଗଦା କରି ଚାଲିଥିବା ଚାଷୀଙ୍କ ଆନ୍ଦୋଳନ ଶୁକ୍ରବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ସେମାନଙ୍କ ଧାନକ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri