ପଥରରେ ଛେଚି ମା’ ସ୍ତ୍ରୀଙ୍କ ଜୀବନ ନେଲେ

ଝାରସୁଗୁଡ଼ା ଅଫିସ,୧୫ା୯: ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା କତରବଗା ଗ୍ରାମର ଜଡାମୁଣ୍ଡାରେ ଗୁରୁବାର ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ପାରିବାରିକ କଳହରୁ ପୁଅ ପଥରରେ ଛେଚି ବୃଦ୍ଧା ମା’ ଏବଂ ନିଜ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ମା’ ଝିମ ଖଡିଆ(୮୦) ଓ ସ୍ତ୍ରୀ ସାଈବେଣୀ ଖଡିଆ(୫୪)। ରେଙ୍ଗାଲି ଥାନା ଆଇଆଇସି କ୍ରେସନିଆ ସାମରିଆ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛନ୍ତି। ହତ୍ୟାକାରୀ ପୁଅ କୁଥୁଲ ଖଡିଆ(୫୮)ଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି।

ସୂଚନା ଅନୁଯାୟୀ କୁଥୁଲଙ୍କ ଘରେ ସ୍ତ୍ରୀ ଓ ବୃଦ୍ଧା ମା’ ରୁହନ୍ତି। ପୂର୍ବାହ୍ନରେ କୁଥୁଲ ଓ ତାଙ୍କ ସ୍ତ୍ରୀ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ପିଡିଏସ୍‌ ଚାଉଳ ଧରି ଘରକୁ ଫେରିଥିଲେ। ଉଭୟ କୁଆଡେ ମଦପିଇ ଘରକୁ ଫରିଥିବା କୁହାଯାଉଛି। ଘରେ ପହଞ୍ଚିବା ପରେ କୌଣସି କାରଣକୁ ନେଇ ପରିବାର ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ କୁଥୁଲ ଏକ ପଥରରେ ମା’ ଓ ସ୍ତ୍ରୀଙ୍କ ମୁଣ୍ଡକୁ ଛେଚି ହତ୍ୟା କରିଥିଲେ। ପରେ ଅଭିଯୁକ୍ତ କୁଥୁଲ ପଡାରେ ରହୁଥିବା ନିଜ ଝିଅ ଓ ଜ୍ୱାଇଁଙ୍କ ଘରକୁ ଯାଇ ହତ୍ୟାକାଣ୍ଡ ସମ୍ପର୍କରେ କହିଥିଲେ। ଝିଅ ଓ ଜ୍ୱାଇଁ ଘରେ ପହଞ୍ଚି ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଭୟଙ୍କ ମୃତଦେହ ପଡିଥିବା ଦେଖିଥିଲେ। ଏ ସମ୍ପର୍କରେ ଝିଅ, ଜ୍ୱାଇଁ ପଡାରେ ଜଣାଇବା ସହ ରେଙ୍ଗାଲି ପୋଲିସକୁ ଖବର ଦେଇଥିଲେ। ସନ୍ଧ୍ୟାରେ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି ା କୁଥୁଲଙ୍କ ଏକମାତ୍ର ପୁଅ ଦିଲୀପ କୁଶମେଲ ଗ୍ରାମରେ ପରିବାର ନେଇ ରହୁଥିବାବେଳେ ଘଟଣା ସମ୍ପର୍କରେ ଖବରପାଇ ସନ୍ଧ୍ୟାରେ ନିଜ ଗ୍ରାମ ଜଡାମୁଣ୍ଡାରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri