ପୁଅବୋହୂଙ୍କ ଆକ୍ରମଣରେ ମା’ଙ୍କ ଜୀବନ ଯିବା ଘଟଣା: ପୁଅ ଗିରଫ

ଦାରିଙ୍ଗବାଡ଼ି,୨୦ା୪(ଡି.ଏନ୍‌.ଏ.): ପୁଅବୋହୂଙ୍କ ଆକ୍ରମଣରେ ବୃଦ୍ଧା ମା’ଙ୍କ ମୃତ୍ୟୁ ଘଟଣାରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଗୁରୁବାର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ହେଲେ ମୃତ ବୃଦ୍ଧା ପୁଷ୍ପାଞ୍ଜଳି ପରିଚ୍ଛାଙ୍କ ପୁଅ ସୁନାମ ପରିଛା। ତାଙ୍କ ନାମରେ ହତ୍ୟା ଅଭିଯୋଗ କରିଥିଲେ ସୁନାମଙ୍କ ବାପା ଲକପତି ପରିଚ୍ଛା।

ପ୍ରକାଶ ଯେ, ଲକପତିଙ୍କ ଅଭିଯୋଗ ଅନୁଯାୟୀ ତାଙ୍କ ଶାଶୁଙ୍କ ଶୁଦ୍ଧିକ୍ରିୟା ପାଇଁ ସେମାନେ ପାଙ୍ଗାଲି ଗ୍ରାମକୁ ଆସିଥିଲେ ସେଠାରେ ଶନିବାର ସନ୍ଧ୍ୟାରେ କୌଣସି କଥାକୁ ନେଇ ବଚସା ଓ ପରେ ବାଡ଼ିଆପିଟା ହୋଇ ଥିଲା ପୁଷ୍ପାଞ୍ଜଳିଙ୍କ ପୁଅ, ବୋହୂ ଏବଂ ତାଙ୍କ ସହଯୋଗୀମାନେ ଚୁଟି ଧରି ଘୋଷାଡ଼ା ଘୋଷଡ଼ି ସହ କୁଆଡ଼େ ପୁଷ୍ପାଞ୍ଜଳିଙ୍କ ନାଭି ତଳ ପେଟକୁ ଗୋଇଠା ମାରି ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ପୁଷ୍ପାଞ୍ଜଳି ଆକ୍ରମଣରେ ତଳେ ପଡ଼ିଯିବାରୁ ତାଙ୍କ ମୁଣ୍ଡରେ ମଧ୍ୟ ଶକ୍ତ ଆଘାତ ଲାଗିଥିଲା। ପୁଷ୍ପାଞ୍ଜଳିଙ୍କୁ ଆକ୍ରମଣ କରାଯିବାରୁ ସେ ଯନ୍ତ୍ରଣାରେ ଛଟପଟ ହେଉଥିଲେ ପରେ ତାଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠି ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାଟି ଶନିବାର ସନ୍ଧ୍ୟାରେ ହୋଇଥିବା ମୃତ ପୁଷ୍ପାଞ୍ଜଳିଙ୍କ ସ୍ବାମୀ ରବିବାର ଥାନାରେ ଲିଖିତ ଅଭିଯୋଗ କରିଥିଲେ ପୋଲିସ ଅଭିଯୋଗ ପାଇ ଏକ ହତ୍ୟା ମାମଲା (୬୬/୨୩) ରୁଜୁ କରି ସୁନାମଙ୍କୁ ଅଟକ ରଖି ପଚରାଉଚରା କରୁଥିଲା। ତେବେ ଗୁରୁବାର ତାଙ୍କୁ ଗିରଫ କରିଥିବା ନେଇ ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri