ପୁଅ ଆଗରେ ଚାଲିଗଲା ମା’ର ଜୀବନ

ନୀଳଗିରି,୨୩।୧୦(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁର ରାସ୍ତାର ଚଣ୍ଡୀପୁର ଠାରେ ଏକ ଅଭାବନୀୟ ଘଟଣା ଘଟିଛି। ସୋମବାର ମଧ୍ୟାହ୍ନ ସମୟରେ ପବିତ୍ର ଦୁର୍ଗାପୂଜାର ନବମ ଦିନ ଅବସରରେ ବାଲେଶ୍ୱର ଭୀମପୁରା ଅଞ୍ଚଳର ମା’ ପଦ୍ମାବତୀ ଦେ ପୁଅ ଶିବଶଙ୍କର ଦେ ଓ ନାତି ପ୍ରଣବ ଦେ ସାଙ୍ଗରେ ଏକ ସ୍କୁଟିରେ ପଞ୍ଚଲିଙ୍ଗେଶ୍ୱରକୁ ଯିବା ସମୟରେ ନୀଳଗିରି ମିତ୍ରପୁର ରାସ୍ତାର ଚଣ୍ଡୀପୁର ଛକରେ ଟ୍ରକ ସାଇଡ୍‌ରେ ବାଜିଜିବାରୁ ଟ୍ରକ ଚକା ତଳେ ପଡି ମହିଳା ପଦ୍ମାବତୀଙ୍କ ମୃତ୍ୟୁ ହୋଇଛି। ପୁଅ ଓ ନାତି ଅଳ୍ପକେ ବର୍ତ୍ତିଯାଇଛନ୍ତି।
ସୂଚନା ଥାଉକି, ଏହି ଦୁର୍ଘଟଣା ଟ୍ରକଟି ନୀଳଗିରି ମିତ୍ରପୁର ରାସ୍ତା ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଅଭିଯୋଗ କରି ସ୍ଥାନୀୟ ଲୋକେ ମୃତକ ମହିଳାଙ୍କୁ ନ୍ୟାୟ ଦେବା ପାଇଁ କିଛି ସମୟ ପାଇଁ ରାସ୍ତା ରୋକୋ କରିଥିଲେ। ଫଳରେ ସେଠାରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପରେ ଦୁର୍ଘଟଣାର ଖବର ପାଇ ନୀଳଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଓ ଟ୍ରକ ଜବତ କରିଥିଲେ। ସ୍ଥାନୀୟ ଲୋକଙ୍କୁ ବୁଝାସୁଝା କରି ରାସ୍ତା ରୋକେ ଉଠାଇ ମୃତଦେହ ବ୍ୟବଚ୍ଛେଦ ପାଇଁ ନୀଳଗିରି ହସ୍ପିଟାଲକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri