ପୁଅଙ୍କ ଶକ୍ତ ଚାପୁଡ଼ାରେ ମା’ଙ୍କ ଜୀବନ ଗଲା

କୁଆଁରମୁଣ୍ଡା,୬ା୮(ଡି.ଏନ୍‌.ଏ.): ଜନ୍ମକଲା ପୁଅ ନିଜ ମା’କୁ ଶକ୍ତ ଚାପୁଡ଼ା ମାରିବାରୁ ମା’ଙ୍କ ଜୀବନ ଯାଇଛି। ଏଭଳି ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର ତଳ ବସ୍‌ଷ୍ଟାଣ୍ଡ ନିକଟ କୁମ୍ଭାରବସ୍ତିରେ ଦେଖିବାକୁ ମିଳିଛି। ଅଭିଯୁକ୍ତ ପୁଅ ସରୋଜ ତନ୍ତୀ(୩୮)ଙ୍କୁ ପୋଲିସ ଗିରଫ କରି ଅଧିକ ପଚରାଉଚରା ଚଳାଇଛି। ଅନ୍ୟପକ୍ଷରେ ପୋଲିସ ମୃତ ମା’ ପୁନି ତନ୍ତୀ(୭୨)ଙ୍କ ମୃତଦେହ ଜବତ କରିଛି। ଘଟଣାସ୍ଥଳରେ ଶନିବାର ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଚଳାଇଛି। ମୃତ ପୁନିଙ୍କ ସାନଝିଅ ଏ ନେଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଅଭିଯୁକ୍ତ ପୁଅ ସରୋଜଙ୍କୁ ଗିରଫ କରିଥିଲା।

ସୂଚନାନୁଯାୟୀ, ଶୁକ୍ରବାର ରାତିରେ ସରୋଜ ତାଙ୍କ ମା’ଙ୍କୁ ଟଙ୍କା ମାଗିଥିଲେ। ହେଲେ ପୁଅ ସବୁବେଳେ ମଦ ପିଉଥିବାରୁ ତାଙ୍କୁ ଟଙ୍କା ଦେବା ପାଇଁ ମନା କରିଥିଲେ ମା’ ପୁନି। ଏଥିରେ ଉତ୍‌କ୍ଷିପ୍ତ ହୋଇ ସରୋଜ ମା’ଙ୍କ ଗାଲରେ ଶକ୍ତଚାପୁଡା ମାରିଥିଲେ। ଫଳରେ ଘଟଣାସ୍ଥଳରେ ଅଚେତ୍‌ ହୋଇପଡ଼ିଥିଲେ ପୁନି। ସରୋଜଙ୍କ ସାନ ଭଉଣୀ ଏହା ଦେଖିଥିଲେ। ସଙ୍ଗେ ସଙ୍ଗେ ମା’ଙ୍କୁ ଚିକିସତ୍ା ନିମନ୍ତେ ସାନ ଭଉଣୀ ପାଖ ପଡ଼ିଶାଙ୍କ ସହାୟତାରେ ନିକଟସ୍ଥ ବୀରମିତ୍ରପୁର ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri