‘ମା’ କ୍ଷୀର ଅମୃତ ତୁଲ୍ୟ, ଏହାର ବିକଳ୍ପ ନାହିଁ’

କଟକ,୮ା୮(ସୁପ୍ରିୟା ପ୍ରିୟଦର୍ଶିନୀ): ଡ୍ରିମ୍‌ସ ସ୍କୁଲ ଆଣ୍ଡ୍‌ କଲେଜ ଅଫ୍‌ ନର୍ସିଂରେ ସୋମବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ଉଦ୍‌ଯାପିତ ହୋଇଯାଇଛି। ଏହି ଉପଲକ୍ଷେ ପଦ୍ମିନୀ ଅଡିଟୋରିୟମ୍‌ରେ ‘କର୍ମଜୀବୀ ମା’ମାନଙ୍କ କ୍ଷେତ୍ରରେ ଶିଶୁ ସ୍ତନ୍ୟପାନର ପୃଥକ୍‌ ପଦ୍ଧତି’ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭରେ ଡ୍ରିମ୍‌ସ ଶିକ୍ଷାନୁଷ୍ଠାନ ସମୂହର ଅଧ୍ୟକ୍ଷ ଡ. ପ୍ରମୋଦ ଚନ୍ଦ୍ର ରଥ ପ୍ରାଚୀର ପତ୍ର ସ୍ବତନ୍ତ୍ର ସଂସ୍କରଣକୁ ଉନ୍ମୋଚନ କରିବା ସହ ସ୍ତନ୍ୟପାନ ସମ୍ପର୍କରେ ସଚେତନତା ସୃଷ୍ଟି କ୍ଷେତ୍ରରେ ନର୍ସିଂ ଛାତ୍ରୀଛାତ୍ରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। ପ୍ରଶାସନିକ ନିର୍ଦ୍ଦେଶକ ବଳରାମ କର, ନିର୍ଦ୍ଦେଶିକା ଚିନ୍ମୟୀ ରଥ, ନିର୍ଦ୍ଦେଶକ ଲୋକନାଥ ବେହେରା ଏବଂ ଲୋକସମ୍ପର୍କ ଅଧିକାରୀ ନିରାକାର ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ମା’ କ୍ଷୀର ଅମୃତ ତୁଲ୍ୟ ଓ ଏହାର ବିକଳ୍ପ ନାହିଁ, ସୁତରାଂ ଏଥିରୁ ଶିଶୁକୁ ବଞ୍ଚିତ କରିବା ଅନୁଚିତ ବୋଲି ଉଲ୍ଲେଖ କରି ସଫଳ କାର୍ଯ୍ୟକ୍ରମ ଆୟୋଜନ ନିମନ୍ତେ ସମସ୍ତଙ୍କୁ ସାଧୁବାଦ ଜଣାଇଥିଲେ। ମୁଖ୍ୟବକ୍ତା ଭାବେ ପଦ୍ମିନୀ କେୟାର ହସ୍‌ପିଟାଲ ଶିଶୁ ରୋଗ ବିଭାଗର ସହକାରୀ ପ୍ରଫେସର ଡା. ସତ୍ୟଜିତ୍‌ ସେନ୍‌ ସ୍ତନ୍ୟପାନର ଉପକାରିତା ଓ କର୍ମଜୀବୀ ମହିଳାଙ୍କ ପାଇଁ ଶିଶୁର ସ୍ତନ୍ୟପାନ ପଦ୍ଧତି ଉପରେ ଆଲୋକପାତ କରିଥିଲେ। ସହକାରୀ ପ୍ରାଧ୍ୟାପିକା ବଲଜିତ୍‌ କାୈର ସ୍ତନ୍ୟପାନ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ ସମ୍ପର୍କିତ ବିବରଣୀ ଉପସ୍ଥାପନ କରିଥିଲେ। ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷା ଡ. ପୋନୁ କଙ୍ଗେଶ୍ୱରୀ ସ୍ବାଗତ ଅଭିଭାଷଣ ଏବଂ ଉପାଧ୍ୟକ୍ଷା ଏନ୍‌. ପ୍ରେମଲତା ଦେବୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri