ଜନନୀ ଯନ୍ତ୍ରଣା: ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୧୧ା୧୦ (ଦୁର୍ଗା କୀର୍ତ୍ତି)- ରାସ୍ତା ଶୋଚନୀୟ ଯୋଗୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ଜଣେ ଗର୍ଭବତୀଙ୍କୁ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନିଆଯାଇଥିଲା। ଜନନୀ ଯନ୍ତ୍ରଣାର ଏଭଳି ଏକ ଚିତ୍ର କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଗୁଣୁପୁର ପଞ୍ଚାୟତ ମେର୍କାତାରା ଗାଁରେ ଦେଖିବାକୁ ମିଳିଛି।

ସୂଚନା ଅନୁସାରେ ଶୁକ୍ରବାର ଅପରାହ୍ନରେ ଗାଁର ଗୁଂସେନ ମାଝୀଙ୍କ ସ୍ତ୍ରୀ ରଗ୍ନି ମାଝୀଙ୍କ ଗର୍ଭଯନ୍ତ୍ରଣା ହେବା ପରେ ପରିବାର ଲୋକେ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ଆମ୍ବୁଲାନ୍ସ ଆସିଥିଲେ ମଧ୍ୟ ରାସ୍ତା ଭଲ ନ ଥିବାରୁ ଅଢ଼େଇ କିଲୋମିଟର ଦୂରରେ ଅଟକି ରହିଥିଲା।

ପରିବାର ଲୋକେ ବାଧ୍ୟହୋଇ ଗର୍ଭବତୀଙ୍କୁ ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ନେଇଥିଲେ। ସେଠାରୁ ତାଙ୍କୁ ସାଇସୁରୁଣୀ ଉପ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଡାକ୍ତରଖାନାରେ ମହିଳା ଏକ ଶିଶୁ କନ୍ୟା ଜନ୍ମ ଦେଇଛନ୍ତି। ବର୍ତ୍ତମାନ ଉଭୟ ମା’ ଓ ଶିଶୁ ସୁସ୍ଥ ଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ ୨ତାରିଖରେ ହୋଇଥିବା ଲଘୁଚାପ ବର୍ଷାରେ ମଦାଙ୍ଗଗୁଡ଼ା-ମେର୍କାତାରା ରାସ୍ତା ଶୋଚନୀୟ ହୋଇପଡିଛି। ତୁରନ୍ତ ବିଭାଗୀୟ କର୍ତ୍ତୃପକ୍ଷ ଏହି ରାସ୍ତା ମରାମତି କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri