Posted inଖେଳ

ମଦର୍ସ ପବ୍ଲିକ୍‌ ସ୍କୁଲ ଚାମ୍ପିୟନ୍‌

ଭୁବନେଶ୍ୱର, ୭ା୧୧(ସ୍ପୋଟର୍‌ସ ବ୍ୟୁରୋ): ଓଡିଏମ୍‌ ଗ୍ଲୋବାଲ ସ୍କୁଲ ପରିସରରେ ରବିବାର ପ୍ରୋ ସ୍କୁଲ ବାସ୍କେଟବଲ୍‌ ଲିଗ୍‌ ଉଦ୍‌ଯାପିତ ହୋଇଯାଇଛି। ଉଭୟ ବାଳକ ଓ ବାଳିକା ବର୍ଗରେ ମଦର୍ସ ପବ୍ଲିକ୍‌ ସ୍କୁଲ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ବାଳକ ବର୍ଗରେ ବ୍ରହ୍ମପୁରର ଜ୍ଞାନ ବିକାଶ ସ୍କୁଲ ରନର୍ସଅପ୍‌ ହୋଇଥିବା ବେଳେ ଭୁବନେଶ୍ୱରର ୟୁନିଟ୍‌-୧ ସରକାରୀ ସ୍କୁଲ ତୃତୀୟ ସ୍ଥାନରେ ରହିଛି। ଅପରପକ୍ଷରେ ବାଳିକା ବିଭାଗରେ କିସ୍‌ ରନର୍ସଅପ୍‌ ହୋଇଥିବା ବେଳେ ଆୟୋଜକ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ ତୃତୀୟ ସ୍ଥାନରେ ରହିଥିଲା। ୨୦ରୁ ଅଧିକ ବିଦ୍ୟାଳୟର ଛାତ୍ରୀଛାତ୍ର ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିଲେ।
ଶନିବାର ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ କ୍ରୀଡ଼ାମନ୍ତ୍ରି ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ। ବିଧାୟକ ସୁରେଶ କୁମାର ରାଉତରାୟ, ଓଡିଏମ୍‌ ପ୍ରତିଷ୍ଠାତା ଡ. ସତ୍ୟବ୍ରତ ମୀନକେତନ, ଓଡିଏମ୍‌ ନିର୍ଦ୍ଦେଶିକା ଇନ୍ଦୁମତି ରାୟ, ମୁଖ୍ୟ କାର୍ଯ୍ୟକାରିଣୀ ଅଧିକାରୀ ସ୍ବୟମ୍‌ ସତ୍ୟେନ୍ଦୁ, ଯୋଜନା ତଥା ପ୍ରଣୟନ ବିଭାଗ ମୁଖ୍ୟ ଶିଖା ଚନ୍ଦ୍ର, ଓଡ଼ିଶା ବାସ୍କେଟ୍‌ବଲ ସଂଘ ସଭାପତି ଜ୍ଞାନରଞ୍ଜନ ପରିଡା ଓ ଦାରୁଠେଙ୍ଗ ପଞ୍ଚାୟତ ସରପଞ୍ଚ ତପନ କୁମାର ଚକ୍ରବର୍ତ୍ତୀ ପ୍ରମୁଖ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅପରପକ୍ଷରେ ରବିବାର ଉଦ୍‌ଯାପନୀ ଉତ୍ସବରେ ଓଡ଼ିଶା ବାସ୍କେଟ୍‌ବଲ ସଂଘର ସମ୍ପାଦକ ଅଶୋକ କୁମାର ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri