Posted inଖେଳ

ମଦର୍ସ ପବ୍ଲିକ ସ୍କୁଲର ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୫ା୯ (ବିଜୟ ରଣା): ଭୁବନେଶ୍ୱର ଆଥ୍‌ଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଫୁଟ୍‌ବଲ ଏକାଡେମୀ ପଡ଼ିଆରେ ଚାଲିଥିବା ‘ଗତିକୃଷ୍ଣ ମେମୋରିଆଲ ‘ବି’ ଡିଭିଜନ ଫୁଟ୍‌ବଲ ଲିଗ୍‌’ରେ ସୋମବାର ମଦର୍ସ ଫୁଟ୍‌ବଲ କ୍ଲବ ୬-୦ ଗୋଲ୍‌ରେ ନୂଆପଲ୍ଲୀର କଳିଙ୍ଗ ସ୍ପୋର୍ଟିଂକୁ ହରାଇ ଦେଇଛି। ବିଜୟୀ ଦଳ ପ୍ରଥମାର୍ଦ୍ଧ ଖେଳରେ ୩-୦ ଗୋଲ୍‌ରେ ଅଗ୍ରଣୀ ରହିଥିଲା। ପ୍ରୀତିଶ ପଟ୍ଟନାୟକ ୭ମ ଓ ୩୧ତମ ମିନିଟ୍‌ରେ ଗୋଲ ସ୍କୋର କରିଥିବା ବେଳେ ପରେଶ ବେହେରା ୨୨ତମ ମିନିଟ୍‌ରେ ଗୋଟିଏ ଗୋଲ୍‌ ଦେଇଥିଲେ। ଦ୍ୱିତୀୟାର୍ଦ୍ଧରେ ସୁମିତ ପଟେଲ ୪୨ ଓ ୪୪ତମ ମିନିଟରେ ଲଗାତର ଗୋଲ୍‌ ସ୍କୋର କରିଥିବା ବେଲେ ୪୮ତମ ମିନିଟ୍‌ରେ କୁନିଲ ଗୁସଁାଇ ଏକ ଗୋଲ୍‌ ଦେଇ ମଦର୍ସ ଫୁଟ୍‌ବଲ କ୍ଲବକୁ ୬-୦ରେ ବିଜୟୀ କରାଇଥିଲେ। ଗ୍ରୁପ୍‌ ‘ବି’ରେ ଦୁଇଟି ବିଜୟ ସହ ୬ ପଏଣ୍ଟ ଅର୍ଜନ କରି ମଦର୍ସ ପବ୍ଲିକ ସ୍କୁଲ କ୍ୱାର୍ଟରଫାଇନାଲ ଆଶା ଉଜ୍ଜ୍ୱଳ କରିଛି। ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ପ୍ରୀତିଶ ପଟ୍ଟନାୟକ ଭୁବନେଶ୍ୱର ଆଥ୍‌ଲେଟିକ୍ସ ଆସୋସିଏଶନ (ବା) ହକି ସମ୍ପାଦକ ଅଶୋକ ପଟ୍ଟନାୟକଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ମଙ୍ଗଳବାର ମ୍ୟାଚ ଏସ୍‌ଜିଓ ନୂଆପଲ୍ଲୀ ଓ ଏମ୍‌.ଏସ୍‌. ଇଲେଭେନ ମଧ୍ୟରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?