Posted inଫୁରସତ

ମା’ଙ୍କର ସୁରକ୍ଷା ଜରୁରୀ

ପିଲାଟିଏ ଜନ୍ମ ହେବା ସହିତ ଉଭୟ ନବଜାତ ଶିଶୁ ଏବଂ ପ୍ରସୂତିଙ୍କ ସୁରକ୍ଷା ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ମା’ଙ୍କର ସୁରକ୍ଷାକୁ ଦୃଷ୍ଟିରେ ରଖି ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଏପ୍ରିଲ ୧୧ରେ ଜାତୀୟ ସୁରକ୍ଷିତ ମାତୃତ୍ୱ ଦିବସ ପାଳନ କରାଯାଇଥାଏ ।
ଗର୍ଭାବସ୍ଥାରେ, ପ୍ରସବ ସମୟରେ ଏବଂ ପ୍ରସବକାଳୀନ ସେବାରେ ପର୍ଯ୍ୟାପ୍ତ ଯତ୍ନ ନେବା କ୍ଷେତ୍ରରେ ସଚେତନତା ସୃଷ୍ଟି କରିବା ପାଇଁ ଏହା ଭାରତୀୟ ହ୍ବାଇଟ ରିବନ ଆଲାଏନ୍ସର ଏକ ସ୍ବତନ୍ତ୍ର ପଦକ୍ଷେପ। ଭାରତରେ ମାତୃ ମୃତ୍ୟୁ ହାର ୧୫ ପ୍ରତିଶତ, ଯାହାକି ପୃଥିବୀରେ ସର୍ବାଧିକ। ଗର୍ଭାବସ୍ଥାରେ ଯତ୍ନ ଅଭାବରୁ ପ୍ରତିବର୍ଷ ଭାରତରେ ୪୪,୦୦୦ ମହିଳାଙ୍କର ମୃତ୍ୟୁ ଘଟିଥାଏ । ୧୮୦୦ ସଂଗଠନର ମିଳିତ ମଞ୍ଚ ଭାରତୀୟ ହ୍ବାଇଟ ରିବନ ଆଲାଏନ୍ସର ଅନୁରୋଧ କ୍ରମେ ଭାରତ ସରକାର ଏପ୍ରିଲ ୧୧କୁ ୨୦୦୩ରେ ଜାତୀୟ ସୁରକ୍ଷିତ ମାତୃତ୍ୱ ଦିବସ ଭାବରେ ଘୋଷଣା କରିଥିଲେ । ଏହି ଦିନଟି କସ୍ତୁରବା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ ଭାବେ ମଧ୍ୟ ପାଳନ କରାଯାଇଥାଏ ।
ଗର୍ଭବତୀ ଏବଂ ସ୍ତନ୍ୟପାନ କରାଉଥିବା ମହିଳାଙ୍କ ପାଇଁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଏବଂ ପ୍ରସୂତି ସୁବିଧା ବିଷୟରେ ସଚେତନତା ସୃଷ୍ଟି କରିବା ଲାଗି ଏହି ଦିବସ ପାଳନ ଅବସରରେ ଅଭିଯାନ ଆୟୋଜିତ ହୋଇଥାଏ । ମହିଳାମାନଙ୍କର ନିରାପତ୍ତା ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ନିରାପଦ ପ୍ରସବ ଏବଂ ଗର୍ଭଧାରଣ ସମେତ ଯେକୌଣସି ଅବସ୍ଥାରେ ସେମାନଙ୍କ ପାଇଁ ଜୀବନ ବଞ୍ଚିବାର ଅଧିକାରକୁ ସୁନିଶ୍ଚିତ କରିବା ଲାଗି ଏହି ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମଗୁଡ଼ିକରେ ଲକ୍ଷ୍ୟ ରଖାଯାଇଥାଏ । ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ତଥ୍ୟ ଅନୁଯାୟୀ, ଗର୍ଭଧାରଣ ଏବଂ ପ୍ରସବ ସମ୍ବନ୍ଧୀୟ ପ୍ରତିରୋଧକ କାରଣରୁ ପ୍ରତିଦିନ ପ୍ରାୟ ୮୩୦ ମହିଳାଙ୍କର ମୃତ୍ୟୁ ଘଟିଥାଏ । ବିକାଶଶୀଳ ଦେଶମାନଙ୍କରେ ମାତୃ ମୃତ୍ୟୁହାର ମଧ୍ୟ ଅଧିକ ରହିଛି। ପ୍ରସବ ପୂର୍ବରୁ, ସମୟରେ ଏବଂ ପରେ ମା’ଙ୍କର ଏବଂ ନବଜାତ ଶିଶୁଙ୍କର ଜୀବନ ରକ୍ଷା କରିବା ଲାଗି ଏହି ଅବସରରେ ସଚେତନତା ସୃଷ୍ଟି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?