ଏସ୍‌ପି ଅଫିସ ପରିସରରେ ମା’ଙ୍କ ଆତ୍ମାହୁତି ଉଦ୍ୟମ

କେନ୍ଦୁଝର,୧୮।୬(ସ୍ବ.ପ୍ର.): ଅପହୃତ ନାବାଳିକା ଝିଅକୁ ଉଦ୍ଧାର କରିବାରେ ପୋଲିସ ବିଳମ୍ବ କରୁଛି। ଏହାର ପ୍ରତିବାଦରେ ନାବାଳିକାଙ୍କ ମା’ ଶୁକ୍ରବାର ମଧ୍ୟାହ୍ନରେ କେନ୍ଦୁଝର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି। ପୋଲିସ ସେଠାରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଛି। ପରେ ପୋଲିସ ତାଙ୍କୁ ଜିପ୍‌ରେ ନେଇ ଯାଉଥିବା ବେଳେ ସେ ପ୍ରତିବାଦ କରିବା ସହ ଏସ୍‌ପିଙ୍କୁ ଭେଟିବା ପାଇଁ ଜିଦ୍‌ ଧରିଥିଲେ। ଏହାପରେ ସେ ଏସ୍‌ପିଙ୍କୁ ଭେଟି ତୁରନ୍ତ ତାଙ୍କ ଝିଅକୁ ଉଦ୍ଧାର କରାଯାଉ ବୋଲି ନିବେଦନ କରିଛନ୍ତି। ଏ ସମ୍ପର୍କରେ ଏସ୍‌ପି ମିତ୍ରଭାନୁ ମହାପାତ୍ର କହିଛନ୍ତି, ଉକ୍ତ ନାବାଳିକାଙ୍କୁ ପୂର୍ବରୁ ଅପହରଣ ନେଇ ଅଭିଯୋଗ ହୋଇଥିଲା। ସେତେବେଳେ ତାଙ୍କୁ ଉଦ୍ଧାର କରାଯାଇ ଜିଲା ମଙ୍ଗଳ ସମିତିକୁ ହସ୍ତାନ୍ତର କରାଯାଇଥିଲା। ସେଠାରୁ ପରିବାର ଲୋକେ ତାଙ୍କୁ ଘରକୁ ନେଇଯାଇଥିଲେ। ପୁଣି ଥରେ ଜନୈକ ଯୁବକ ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କୁ ଉଦ୍ଧାର ପାଇଁ ପଦକ୍ଷେପ ନେବା ସହ ଅପହରଣକାରୀ ଯୁବକଙ୍କୁ ଗିରଫ କରି ତାଙ୍କ ବିରୋଧରେ ଫୌଜଦାରି ମାମଲା ରୁଜୁ କରାଯିବାକୁ କୁହାଯାଇଛି।
ପ୍ରକାଶ ଯେ, କେନ୍ଦୁଝର ଟାଉନ ଥାନା ଅଧୀନ କାଶିପୁର ଗ୍ରାମର ପ୍ରକାଶ କୁମାର ଜେନା ୨୦୨୧ ଅକ୍ଟୋବର ୨୨ରେ ଉକ୍ତ ନାବାଳିକାଙ୍କୁ ଅପହରଣ କରି ନେଇଥିବା ଟାଉନ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ତାଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀ ପ୍ରକାଶଙ୍କୁ ଗିରଫ କରିଥିଲା। ଜାମିନରେ ଆସିବା ପରେ ପ୍ରକାଶ ଗତ ମେ’ ଶେଷ ସପ୍ତାହରେ ଉକ୍ତ ନାବାଳିକାଙ୍କୁ ଅପହରଣ କରିଥିବା ନେଇ ଜୁନ୍‌ ୨ରେ ପରିବାର ଲୋକଙ୍କ ଅଭିଯୋଗ କ୍ରମେ ଟାଉନ ଥାନାରେ ମାମଲା (ନଂ.୨୦୩/୨୨) ରୁଜୁ କରାଯାଇଛି। ହେଲେ ଟାଉନ ଥାନା ପୋଲିସ କୌଣସି ପଦକ୍ଷେପ ନେଉ ନ ଥିବା ୬ ତାରିଖରେ ନାବାଳିକାଙ୍କ ମା’ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ କରିଥିଲେ। ଏହା ସତ୍ତ୍ୱେ ଝିଅକୁ ଉଦ୍ଧାର କରାଯାଉ ନ ଥିବାରୁ ସେ ଏଭଳି ଆତ୍ମାହୁତି ଉଦ୍ୟମ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri