ମା’ଙ୍କ ଗଳାକାଟି ହତ୍ୟା କଲେ ଦୁର୍ବୃତ୍ତ, ଝିଅ ଗୁରୁତର, ସିସିଟିଭିରେ କଏଦ ହେଲା…

ବ୍ରହ୍ମପୁର,୧୧ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାର ନିମଖଣ୍ଡି ଥାନା ଅନ୍ତର୍ଗତ ଶ୍ରୀମା ନଗରରେ ସୋମବାର ଭୋରରେ ଏକ ଜଘନ୍ୟକାଣ୍ଡ ଘଟିଛି। ଭଡ଼ା ଘରେ ରହୁଥିବା ଜଣେ ମହିଳା ଓ ତାଙ୍କ ଝିଅକୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଘଟଣାସ୍ଥଳରେ ମା’ଙ୍କର ମୃତ୍ୟୁ ଘଟିଥିବା ବେଳେ ଗୁରୁତର ରହିଥିବା ଝିଅକୁ ଏମ୍‌କେସିଜି ମେଡିକାଲ ସ୍ଥାନାନ୍ତର କରାଯାଇଛି। ମୃତ ମହିଳା ଜଣଙ୍କ ଗାୟତ୍ରୀ ସ୍ବାଇଁ(୩୪)। ଆହତ ଥିବା ତାଙ୍କ ଝିଅ ହେଲେ ନିଲାମ (୧୦)। ଅଞ୍ଚଳରେ ଏହାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଏଭଳି ଅମାନବୀୟ କାଣ୍ଡ ଘଟାଇବା ପରେ ଅଭିଯୁକ୍ତ ଜଣଙ୍କ ଫେରାର ହୋଇଯାଇଛନ୍ତି। ସଦର ଏସ୍‌ଡିପିଓ, ଥାନାଧିକାରୀ ତଦନ୍ତ କରୁଛନ୍ତି। ଅଭିଯୁକ୍ତଙ୍କ ମୋବାଇଲ ଟ୍ରାକିଂ କରାଯାଉଛି। ପୋଲିସ ସାଇଣ୍ଟଫିକ ଟିମ୍‌ ସହାୟତାରେ ଘଟଣାର ବିଭିନ୍ନ ଦିଗରୁ ଛାନ୍‌ଭିନ୍‌ କରୁଛି। ମହିଳାଙ୍କ ଗଳାକାଟି ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ବ୍ୟବଚ୍ଛେଦ ପରେ ତାହା ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି।

ଘଟଣାରୁ ପ୍ରକାଶ, ଗାୟତ୍ରୀ ତାଙ୍କ ଝିଅକୁ ଧରି ରାଖୀ ବାନ୍ଧିବା ପାଇଁ ତାଙ୍କ ଭାଇ ଘର ହଞ୍ଜିଳିକାଟୁ ଯାଇଥିଲେ। ରବିବାର ସନ୍ଧ୍ୟାରେ ସେ ଘରକୁ ଫେରିଥିଲେ। ସୋମବାର ବଡ଼ି ଭୋରରୁ ତାଙ୍କୁ ହତ୍ୟା କରାଯାଇଛି। ପୋଲିସ ସିସିଟିଭି ସହାୟତାରେ ତଦନ୍ତ କରୁଛି। ପ୍ରାଥମିକ ତଦନ୍ତରୁ ଲୋଚପଡ଼ା ଅଞ୍ଚଳରେ ବ୍ୟବସାୟ କରୁଥିବା ଜଣେ ଯୁବକ ଏହି କାଣ୍ଡ ଘଟାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଅଭିଯୁକ୍ତ ଧରାପଡ଼ିଲେ ହତ୍ୟାର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri